କାର୍ଯ୍ୟରେ ଯୋଗ ଦେଉନାହାନ୍ତି ଗ୍ରାମ୍ୟ ଉନ୍ନୟନ ଅଧିକ୍ଷଣ ଯନ୍ତ୍ରୀ, ତେଜୁଛି ଅସନ୍ତୋଷ

ଖଡ଼ିଆଳ,୬।୮(ସୁଜିତ କୁମାର ପ୍ରଧାନ): ଲୋକଙ୍କ ଆଶା ଥିଲା ଡବଲ ଇଞ୍ଜିନ ସରକାରରେ ବିଶେଷ କରି ସରକାରୀ ଅଧିକାରୀ ଓ କର୍ମଚାରୀ ତତ୍ପରତା ଦେଖାଇ କାମ କରିବେ ଓ ଡବଲ ବିକାଶ ହେବ। ହେଲେ ବିକାଶର ବାଧକ ସାଜିଛନ୍ତି କିଛି ଅମାନବୀୟ ଅଧିକାରୀ । ସରକାରଙ୍କ କଡା ନିର୍ଦ୍ଦେଶକୁ  ଅବମାନନା କରି ଦୀର୍ଘ ଦିନ ହେବ କାର୍ଯ୍ୟରେ ଯୋଗ ନ ଦେବା ଚକିତ କରିଛି। ଏଭଳି ଗୋଟିଏ ନୁହେଁ ଦୁଇ ଗୋଟି ଉଦାହରଣ ନୂଆପଡ଼ା ସଦର ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ଖଡ଼ିଆଳ ଗ୍ରାମ୍ୟ ଉନ୍ନୟନ ବିଭାଗରେ ଦେଖିବାକୁ ମିଳିଛି।
ଦୀର୍ଘ ଦିନ ହେବ ଦୁଇ ଗୋଟି ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ପଦବୀ ଖାଲି ରହିଥିବା ବେଳେ ବିଭିନ୍ନ ଉନ୍ନୟନ କାମ ଠପ ହୋଇଯାଇଛି । ଏହାକୁ ଦେଖି ରାଜ୍ୟ ସରକାର ଦୁଇ ଜଣ ଅଧିକାରୀଙ୍କୁ ଖାଲିଥିବା ସ୍ଥାନରେ ଯୋଗଦାନ କରିବାର ନିର୍ଦ୍ଦେଶ ଦେଇଛନ୍ତି । ଉକ୍ତ ଦୁଇ ଜଣ ଅଧିକାରୀ ହେଲେ ଖଡ଼ିଆଳ ପାଇଁ ଇଞ୍ଜିନିୟର ବାସନ୍ତୀମଣି ହାସଦା ଓ ନୂଆପଡ଼ା ଡିଭିଜନ ପାଇଁ ଇଞ୍ଜିନିୟର ରାଜ କୁମାର ମେହେର । ଦୁଇ ଅଧିକାରୀ ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ନିଜ ନିଜ କାର୍ଯ୍ୟସ୍ଥଳରୁ ଭାରମୁକ୍ତ ହୋଇସାରିଥିବା ବେଳେ ନୂତନ କାର୍ଯ୍ୟସ୍ଥଳରେ ଯୋଗ ଦେଇନାହାନ୍ତି। ଫଳରେ ଜିଲାର ଦୁଇ ଗୋଟି ଡିଭିଜନର ବିଭିନ୍ନ ଉନ୍ନୟନ କାମ ଠପ ହୋଇଯାଉଛି । ଏହାକୁ ନେଇ କାର୍ଯ୍ୟ କରୁଥିବା ଠିକାଦାରମାନଙ୍କ ସହ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। ଏ ଉପରେ ତୁରନ୍ତ ଜିଲା ପ୍ରଶାସନ ସହ ରାଜ୍ୟ ସରକାର ଧ୍ୟାନ ଦେଇ ଦୁଇ ଅଧିକାରୀଙ୍କୁ ନିଜ ନିଜ କାର୍ଯ୍ୟରେ ଯୋଗଦେବା ପାଇଁ କଡ଼ା ନିର୍ଦ୍ଦେଶ ଦେବା ପାଇଁ ଲୋକେ ଦାବି କରିଛନ୍ତି ।
.

Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?