ଜୟଙ୍କ ନେତୃତ୍ୱରେ ୧ ନମ୍ବର ଜିଲା ହେବ ନୂଆପଡ଼ା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସୁନିତ୍‌ ମିଶ୍ର): ଭାଜପା ନୂଆପଡ଼ା ଉପନିର୍ବାଚନରେ ବିଜୟ ଲାଭ କରି ଇତିହାସ ରଚିଛି। ନୂଆପଡ଼ାବାସୀ ଭାଜପା ଉପରେ ଭରସା ଓ ବିଶ୍ୱାସ ରଖିଛନ୍ତି। ନୂଆପଡ଼ାରେ ଏଥର ବିକାଶ ହେବ। ଭାଜପା ସରକାର ସେଠାରେ ୧୪୨୧ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି। ଜୟ ଢୋଲକିଆଙ୍କ ନେତୃତ୍ୱରେ ନୂଆପଡ଼ା ରାଜ୍ୟର ୧ ନମ୍ବର ଜିଲା ହେବ। ନୂଆପଡ଼ାକୁ ନବନିର୍ବାଚିତ ବିଧାୟକ ନୂଆ ରୂପ ଦେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଜୟ ଢୋଲକିଆ ଶନିବାର ପହଞ୍ଚି ମୁଖ୍ୟମନ୍ତ୍ରୀ ଏବଂ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭେଟିଛନ୍ତି। ତାଙ୍କ ପାଇଁ ଆୟୋଜିତ ସ୍ବାଗତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶୁକ୍ରବାର ସାରେ ବିଜୟ ଉତ୍ସବ ପାଳନ କରାଯାଇଥିଲା, ଏବେ ଜୟଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଭାଜପା ସରକାର ୧୬ ମାସ ଅତିକ୍ରମକରି ଏବେ ୧୭ ମାସରେ ପଦାର୍ପଣ କରିଛି। ଗତ ୬ ମାସ ପୂର୍ବର ନୂଆପଡ଼ା ଜିଲା ମହୋତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେବାବେଳେ ଭାଜପା ସରକାର ପ୍ରତି ନୂଆପଡ଼ାବାସୀଙ୍କ ସମର୍ଥନ ଦେଖିଥିଲି ବୋଲି ସେ କହିଛନ୍ତି। ଏହି ଅବସରରେ ମନମୋହନ ସାମଲ କହିଛନ୍ତି, ନୂଆପଡ଼ାବାସୀଙ୍କ ଆଶୀର୍ବାଦ କାରଣରୁ ଜୟ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ନୂଆପଡ଼ାର ବିକାଶ ପାଇଁ ଜଗନ୍ନାଥ ତାଙ୍କୁ ଶକ୍ତି ଦିଅନ୍ତୁ। ଭାଜପା ଯାହା ପ୍ରତିଶ୍ରୁତି ଦିଏ ତାହା ପୂରଣ କରେ ବୋଲି ସେ କହିଛନ୍ତି। ଏହି ବିଜୟ ପାଇଁ ଢୋଲକିଆ ନୂଆପଡ଼ାବାସୀଙ୍କୁ ଅଶେଷ ଧନ୍ୟବାଦ ଦେଇ କହିଛନ୍ତି, ୧୧ ତାରିଖରେ ନୂଆପଡ଼ାବାସୀ ଗଣତନ୍ତ୍ରର ଏହି ମହାପର୍ବକୁ ପାଳନ କରି ପାଖାପାଖି ୮୩% ଭୋଟିଂ କରିଛନ୍ତି। ନୂଆପଡ଼ା ଅଞ୍ଚଳର ସମସ୍ତ ଜନସାଧାରଣଙ୍କ ବିଜୟ ହୋଇଛି। ଭାଜପାର ଡବଲ ଇଞ୍ଜିନ ସରକାରର ବିଜୟ ହୋଇଛି। ମୁଖ୍ୟମନ୍ତ୍ରୀ ଯିଏ ନୂଆପଡ଼ା ଜିଲାର ବିକାଶ ଦାୟିତ୍ୱ ନେଇଛନ୍ତି ଏହା ହେଉଛି ତାଙ୍କର ବିଜୟ। ଭାଜପା ଶୀର୍ଷ ନେତୃମଣ୍ଡଳୀ ଯେଉଁଭଳି ଜଣେ ନୂଆ ସଦସ୍ୟଙ୍କୁ ଗୋଟିଏ ପରିବାର ଭଳି ପଥପ୍ରଦର୍ଶନ କଲେ, ଉପନିର୍ବାଚନ ସଞ୍ଚାଳନ କଲେ ଓ ଦଳୀୟ କାର୍ଯ୍ୟକର୍ତ୍ତାମାନେ ନୂଆପଡ଼ାବାସୀ ଲୋକଙ୍କୁ ଏକତ୍ରିତ କରି ଯେଉଁଭଳି ଉପନିର୍ବାଚନ ଶେଷକଲେ ସେଥିପାଇଁ ସମସ୍ତଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri