ନୂଆପଡ଼ା ଉପନିର୍ବାଚନକୁ ନବୀନଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ: ବିଜେଡି ସୁପ୍ରିମୋ ଛିଡ଼ା ହେଲେ ବି …

ଭୁବନେଶ୍ୱର,୧୧।୧୦ ନୂଆପଡ଼ା ଉପ-ନିର୍ବାଚନକୁ ନେଇ ରାଜନୀତି ସରଗରମ। ଜୟ ଢୋଲକିଆ ଭାଜପାରେ ମିଶିବା ଚର୍ଚ୍ଚାରେ ଭାଜପା ଏମ୍‌ପି ରବୀ ନାରାୟଣ ବେହେରା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜୟଙ୍କୁ ଦଳ ଗ୍ରହଣ କରିବ । ନୂଆପଡ଼ା ଉପନିର୍ବାଚନ ପାଇଁ ଅନେକ ଆଶାୟୀ ଅଛନ୍ତି, ତେବେ ଜୟ ଆଗରେ ରହିଛନ୍ତି। ନୂଆପଡ଼ାରେ ନବୀନ ପଟ୍ଟନାୟକ ଛିଡ଼ା ହେଲେ ବି ଭାଜପା ସେଠି ଜିତିବ। ବିଜେଡ଼ି ଶୂନ୍ୟ ହୋଇଗଲାଣି, ଭାଙ୍ଗି ଭୁଙ୍ଗି ଲୋପ ପାଇଯିବ।

ନିର୍ବାଚନ ପୂର୍ବରୁ ଦେଖିବାକୁ ମିଳିଛି ବଡ଼ ଟ୍ବିଷ୍ଟ। ସ୍ବର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଜୟଙ୍କୁ ସ୍ବାଗତ କରିବାକୁ ଭାଜପା କାର୍ଯ୍ୟାଳୟ ମଧ୍ୟ ପ୍ରସ୍ତୁତି ଆରମ୍ଭ କଲାଣି। ବର୍ତ୍ତମାନ ଜୟଙ୍କ ଭାଜପା ଯୋଗ ଦେବାର ଫଟୋ ସୋସିଆଲ ମିଡିଆରେ ଘୂରି ବୁଲୁଛି। ରାଜ୍ୟ ଭାଜପା ମୁଖ୍ୟାଳୟରେ ଶୀଘ୍ର ଆନୁଷ୍ଠାନିକ ଯୋଗଦାନ ହୋଇପାରେ ବୋଲି କୁହାଯାଉଛି। ଯାହା ବିଜେଡିକୁ ଏକ ଶକ୍ତ ଝଟ୍‌କା ବୋଲି କୁହାଯାଉଛି।  କୁହାଯାଉଛି ଯେ ଜୟ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ବି ଭେଟିସାରିଲେଣି। ଆଜି ସେ ରାଜ୍ୟ କାର୍ଯ୍ୟାଳୟକୁ ଆସି ପଦ୍ମ ଧରିପାରନ୍ତି ବୋଲି କୁହାଯାଉଛି । କାରଣ ଢୋଲକିଆଙ୍କ ପରେ ଜୟଙ୍କୁ ବିଜେଡି ପ୍ରାର୍ଥୀ କରିବା ନେଇ ବିଜେଡି ନେତା ଦେବୀ ମିଶ୍ର କିଛିଦିନ ପୂର୍ବରୁ ସଙ୍କେତ ଦେଇଥିଲେ। କିନ୍ତୁ ଜୟ ଦଳ ଛାଡିଲେ ବିଜେଡିକୁ ଏହା ଶକ୍ତ ଝଟ୍‌କା ଦେଇପାରେ।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ଗତକାଲି ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା କିଛି ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ ଜୟ ଢୋଲକିଆ ଭାଜପା ଆଡ଼କୁ ଢଳୁଛନ୍ତି। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିବା କୁହାଯାଉଛି। ତାଙ୍କୁ ଭାଜପା ପ୍ରାର୍ଥୀ କରିବା ଏକ ପ୍ରକାର ନିଶ୍ଚିତ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।  ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri