ପୁଣି ସସ୍‌ପେନ୍ସ ବଢ଼ାଇଲା ଢୋଲକିଆଙ୍କ ସମର୍ଥକଙ୍କ ରାଲି: ଜୟ କାହାର…

ଭୁବନେଶ୍ୱର,୧୧।୧୦: ସସ୍‌ପେନ୍ସ ବଢ଼ାଉଛି ଜୟ ଢୋଲକିଆଙ୍କ ସମର୍ଥକଙ୍କ ରାଲି। ନୂଆପଡ଼ା ଖରିଆର ରୋଡରେ ଜୟ ଢୋଲକିଆ ସମର୍ଥକ ବଡ଼ ରାଲି କରିଛନ୍ତି। କୌଣସି ଦଳର ପତାକା ନ ନେଇ ବଡ଼ ରାଲି ସହ ସଭା ମଧ୍ୟ କରିଛନ୍ତି। ଆମେ ଢୋଲକିଆଙ୍କ ପରିବାର ସହ ଅଛୁ କହି ନାରାବାଜି ଦେଇଛନ୍ତି। ତେବେ ଏପଟେ ଜୟ ଭାଜପାରେ ମିଶିବା ନେଇ ଚର୍ଚ୍ଚା ହେଉଛି।  ଦେବୀ ମିଶ୍ର ମଧ୍ୟ କହିଛନ୍ତି କାଲି ରାତି ପର୍ଯ୍ୟନ୍ତ ଆମ ସହ ଯୋଗାଯୋଗରେ ଥିଲେ ଜୟ । ସକାଳୁ ସେ ଫେରିବା କଥା, କିନ୍ତୁ ଆସିନାହାନ୍ତି।

ଜୟଙ୍କୁ ସ୍ବାଗତ କରିବାକୁ ଭାଜପା କାର୍ଯ୍ୟାଳୟ ମଧ୍ୟ ପ୍ରସ୍ତୁତି ଆରମ୍ଭ କଲାଣି। ବର୍ତ୍ତମାନ ଜୟଙ୍କ ଭାଜପା ଯୋଗ ଦେବାର ଫଟୋ ସୋସିଆଲ ମିଡିଆରେ ଘୂରି ବୁଲୁଛି। ରାଜ୍ୟ ଭାଜପା ମୁଖ୍ୟାଳୟରେ ଶୀଘ୍ର ଆନୁଷ୍ଠାନିକ ଯୋଗଦାନ ହୋଇପାରେ ବୋଲି କୁହାଯାଉଛି। ଯାହା ବିଜେଡିକୁ ଏକ ଶକ୍ତ ଝଟ୍‌କା ବୋଲି କୁହାଯାଉଛି।  କୁହାଯାଉଛି ଯେ ଜୟ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ବି ଭେଟିସାରିଲେଣି। ଆଜି ସେ ରାଜ୍ୟ କାର୍ଯ୍ୟାଳୟକୁ ଆସି ପଦ୍ମ ଧରିପାରନ୍ତି ବୋଲି କୁହାଯାଉଛି । କାରଣ ଢୋଲକିଆଙ୍କ ପରେ ଜୟଙ୍କୁ ବିଜେଡି ପ୍ରାର୍ଥୀ କରିବା ନେଇ ବିଜେଡି ନେତା ଦେବୀ ମିଶ୍ର କିଛିଦିନ ପୂର୍ବରୁ ସଙ୍କେତ ଦେଇଥିଲେ। କିନ୍ତୁ ଜୟ ଦଳ ଛାଡିଲେ ବିଜେଡିକୁ ଏହା ଶକ୍ତ ଝଟ୍‌କା ଦେଇପାରେ।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ଗତକାଲି ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା କିଛି ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri