ନୂଆପଡ଼ା ଉପନିର୍ବାଚନକୁ ନବୀନଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ: ବିଜେଡି ସୁପ୍ରିମୋ ଛିଡ଼ା ହେଲେ ବି …

ଭୁବନେଶ୍ୱର,୧୧।୧୦ ନୂଆପଡ଼ା ଉପ-ନିର୍ବାଚନକୁ ନେଇ ରାଜନୀତି ସରଗରମ। ଜୟ ଢୋଲକିଆ ଭାଜପାରେ ମିଶିବା ଚର୍ଚ୍ଚାରେ ଭାଜପା ଏମ୍‌ପି ରବୀ ନାରାୟଣ ବେହେରା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜୟଙ୍କୁ ଦଳ ଗ୍ରହଣ କରିବ । ନୂଆପଡ଼ା ଉପନିର୍ବାଚନ ପାଇଁ ଅନେକ ଆଶାୟୀ ଅଛନ୍ତି, ତେବେ ଜୟ ଆଗରେ ରହିଛନ୍ତି। ନୂଆପଡ଼ାରେ ନବୀନ ପଟ୍ଟନାୟକ ଛିଡ଼ା ହେଲେ ବି ଭାଜପା ସେଠି ଜିତିବ। ବିଜେଡ଼ି ଶୂନ୍ୟ ହୋଇଗଲାଣି, ଭାଙ୍ଗି ଭୁଙ୍ଗି ଲୋପ ପାଇଯିବ।

ନିର୍ବାଚନ ପୂର୍ବରୁ ଦେଖିବାକୁ ମିଳିଛି ବଡ଼ ଟ୍ବିଷ୍ଟ। ସ୍ବର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଜୟଙ୍କୁ ସ୍ବାଗତ କରିବାକୁ ଭାଜପା କାର୍ଯ୍ୟାଳୟ ମଧ୍ୟ ପ୍ରସ୍ତୁତି ଆରମ୍ଭ କଲାଣି। ବର୍ତ୍ତମାନ ଜୟଙ୍କ ଭାଜପା ଯୋଗ ଦେବାର ଫଟୋ ସୋସିଆଲ ମିଡିଆରେ ଘୂରି ବୁଲୁଛି। ରାଜ୍ୟ ଭାଜପା ମୁଖ୍ୟାଳୟରେ ଶୀଘ୍ର ଆନୁଷ୍ଠାନିକ ଯୋଗଦାନ ହୋଇପାରେ ବୋଲି କୁହାଯାଉଛି। ଯାହା ବିଜେଡିକୁ ଏକ ଶକ୍ତ ଝଟ୍‌କା ବୋଲି କୁହାଯାଉଛି।  କୁହାଯାଉଛି ଯେ ଜୟ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ବି ଭେଟିସାରିଲେଣି। ଆଜି ସେ ରାଜ୍ୟ କାର୍ଯ୍ୟାଳୟକୁ ଆସି ପଦ୍ମ ଧରିପାରନ୍ତି ବୋଲି କୁହାଯାଉଛି । କାରଣ ଢୋଲକିଆଙ୍କ ପରେ ଜୟଙ୍କୁ ବିଜେଡି ପ୍ରାର୍ଥୀ କରିବା ନେଇ ବିଜେଡି ନେତା ଦେବୀ ମିଶ୍ର କିଛିଦିନ ପୂର୍ବରୁ ସଙ୍କେତ ଦେଇଥିଲେ। କିନ୍ତୁ ଜୟ ଦଳ ଛାଡିଲେ ବିଜେଡିକୁ ଏହା ଶକ୍ତ ଝଟ୍‌କା ଦେଇପାରେ।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ଗତକାଲି ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା କିଛି ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ ଜୟ ଢୋଲକିଆ ଭାଜପା ଆଡ଼କୁ ଢଳୁଛନ୍ତି। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିବା କୁହାଯାଉଛି। ତାଙ୍କୁ ଭାଜପା ପ୍ରାର୍ଥୀ କରିବା ଏକ ପ୍ରକାର ନିଶ୍ଚିତ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।  ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri