ଆଜି ନୂଆପଡ଼ା ଉପନିର୍ବାଚନ ଫଳାଫଳ

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ଶୁକ୍ରବାର ସକାଳ ଅର୍ଥାତ୍‌ ଆଜି ନୂଆପଡ଼ା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ୍‌ ଏବଂ ଏହାର ୩୦ମିନିଟ୍‌ ପରେ ଇଭିଏମ୍‌ ଭୋଟ ଗଣତି ଆରମ୍ଭ ହୋଇଯିବ। ନୂଆପଡ଼ା ନ୍ୟାଶନାଲ କଲେଜଠାରେ ଭୋଟ ଗଣତି କରାଯିବ। ମୋଟ ୩୫୮ ବୁଥ୍‌ ପାଇଁ ୧୪ଟି ଟେବୁଲରେ ୨୬ ରାଉଣ୍ଡରେ ଗଣତି କରାଯିବ। ପ୍ରତ୍ୟେକ ଟେବୁଲରେ ୩ ଜଣ ଅଧିକାରୀ ରହିବେ। ଜଣେ ଗଣତି ସହ ଅଧିକାରୀ, ଗଣତି ସୁପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର ନିଯୁକ୍ତ ହୋଇଛନ୍ତି। ଏଥିଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିରେ ୫ କମ୍ପାନୀ ସୁରକ୍ଷା ବଳ ନିଯୁକ୍ତ ହୋଇଛନ୍ତି ବୋଲି ଜିଲା ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତ୍‌ପାଲ ସିଂ ଗୁରୁବାର ସୂଚନା ଦେଇଛନ୍ତି। ଉପନିର୍ବାଚନରେ ମୋଟ୍‌ ୧୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ସେମାନଙ୍କ ଭିତରୁ କାହା ଉପରେ ନୂଆପଡ଼ା ବିଧାନସଭା କ୍ଷେତ୍ରର ଭୋଟର ଭରସା କରୁଛନ୍ତି ତାହା ଶୁକ୍ରବାର ସା ସୁଦ୍ଧା ସ୍ପଷ୍ଟ ହୋଇଯାଇଥିବ। ଯିଏ ବି ଏହି ଉପନିର୍ବାଚନରେ ବିଜୟୀ ହେବେ ସେ ଏହି ଆସନରୁ ନୂଆ ଚେହେରା ଭାବେ ବିଧାନସଭାକୁ ଯିବେ। ଅନ୍ୟପଟେ ଭାଜପା, ବିଜେଡି ଏବଂ କଂଗ୍ରେସ ମଧ୍ୟରେ ମୁଖ୍ୟତଃ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଜଣାପଡୁଛି। କିଏ ୨ ଏବଂ ୩ ନମ୍ବର ସ୍ଥାନରେ ରହୁଛି ତାହା ମଧ୍ୟ ଓଡ଼ିଶା ରାଜନୀତି ପାଇଁ ବହୁ ଗୁରୁତ୍ୱ ବହନ କରିବ। ୩ ଦଳ ଭୋଟ ସରିବା ପରେ ବିଜୟୀ ହେବେ ବୋଲି ଦାବିକରି ଆସୁଛନ୍ତି। ୨୦୨୪ ନିର୍ବାଚନ ପରେ ଓଡ଼ିଶାରେ ଭାଜପା ପ୍ରଥମ ଥର ଏକୁଟିଆ ଶାସନକୁ ଆସିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଭାଜପା ଏହି ପ୍ରଥମ ନିର୍ବାଚନ ଲଢୁଛି। ତେଣୁ ଏକ ଭଲ ଭୋଟ୍‌ ବ୍ୟବଧାନରେ ବିଜୟୀ ହେବା ଭାଜପା ପାଇଁ ବହୁତ ଗୁରୁତ୍ୱ ରଖିବ। ୨୪ ବର୍ଷ ପରେ କ୍ଷମତାରୁ ଯିବା ପରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ତାଙ୍କ ଦଳ ପ୍ରଥମ ଥର ବିରୋଧୀ ଦଳ ଭୂମିକାରେ ରହି ଏହି ଉପନିର୍ବାଚନ ଲଢୁଛନ୍ତି। ଗତ ସାଧାରଣ ନିର୍ବାଚନରେ ଉକ୍ତ ଆସନ ମଧ୍ୟ ବିଜେଡି ହାତରେ ରହିଥିଲା। ତେଣୁ ବିଜେଡି ଏହି ଆସନ ନିଜ ଅକ୍ତିଆରକୁ ନେଇପାରୁଛି ନା ନାହିଁ ତାହା ମଧ୍ୟ ରାଜ୍ୟ ରାଜନୀତି ପାଇଁ ଗୁରୁତ୍ୱ ରଖୁଛି। ଅନ୍ୟପଟେ କଂଗ୍ରେସ ଏହି ଆସନରେ ଯଦି ଭଲ ପ୍ରଦର୍ଶନ କଲା ତେବେ ତାଙ୍କ ଦଳ ଉପରେ ରାଜ୍ୟର ଜନସାଧାରଣଙ୍କ ଆସ୍ଥା ବଢ଼ିବାର ଏକ ଆକଳନ ରାଜନୈତିକ ମହଲରେ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଓ ବନ୍ୟାରେ ଫସଲ ନଷ୍ଟ, କ୍ଷତିପୂରଣ ଦାବିରେ ଗଞ୍ଜାମ ଜଲାପାଳଙ୍କ ଅଫିସ୍‌ ଆଗରେ ଚାଷୀଙ୍କ ଧାରଣା!

ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ…

ଆଦର୍ଶ ବିଦ୍ୟାଳୟରୁ ବାଦ୍‌ ପଡ଼ିଲା ୪୨ ମୌଜା ପିଏମ୍‌ ବାଲୁଙ୍କେଶ୍ୱର ବିଦ୍ୟାପୀଠ

କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ…

ଗିଡ଼ିପାବାଲି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଲା, ୩୦ ଫୁଟ ଗଭୀର ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ…

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ…

ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ

ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

ବଲାଙ୍ଗୀରରେ ଗଡ଼ିଲା ସୋଲାର ରଥ, ଓଡ଼ିଶାର ତୃତୀୟ ସ୍ଥାନରେ…

ବଲାଙ୍ଗୀର,୫ା୧୧(ସୁନିଲ କୁମାର ମହାନ୍ତି): ମୁକ୍ତ ବିଜୁଳି ଯୋଜନା ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ସହ ରୁଫ୍‌ ଟପ୍‌ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?