ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍ ମେଡିସିନ୍ ଅପଡେଟ୍-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ ଦେଇ ଉତ୍କଳ ହସ୍ପିଟାଲର ଡିନ୍ ଡାଇରେକ୍ଟର ପ୍ରଫେସର ଡା. ପିକେ ଦାସ କହିଥିଲେ, ଉତ୍କଳ ହସ୍ପିଟାଲ ରାଜ୍ୟ ତଥା ପଡ଼ୋଶୀ ରାଜ୍ୟରେ ନ୍ୟୁକ୍ଲିୟର୍ ମେଡିସିନ୍ କ୍ଷେତ୍ରରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିଛି l ହସ୍ପିଟାଲର ନ୍ୟୁକ୍ଳିୟର୍ ମେଡିସିନ୍ ବିଭାଗର ମୁଖ୍ୟ ଡା. ସରୋଜ କୁମାର ସାହୁ କହିଥିଲେ ଯେ, ମେଡିକାଲ କ୍ଷେତ୍ରରେ ବିଭିନ୍ନ ରୋଗୀଙ୍କ ପାଇଁ ନ୍ୟୁକ୍ଲିୟର୍ ମେଡିସିନର ଉପାଦେୟତା କେବଳ ରୋଗ ଚିହ୍ନଟରେ ସୀମିତ ନୁହେଁ, ଚିକିତ୍ସା କ୍ଷେତ୍ରରେ ମଧ୍ୟ ବିଶେଷ ସହାୟକ ହୋଇଥାଏ l ଏହି କ୍ଷେତ୍ରରେ ଉତ୍କଳ ହସ୍ପିଟାଲରେ ଉପଲବ୍ଧ ସେବା ଓ ସୁବିଧା ସମ୍ପର୍କରେ ଯୋଗଦେଇଥିବl ଡାକ୍ତରମାନଙ୍କ ସହିତ ଆଲୋଚନା କରାଯାଇଥିଲା। ଶେଷରେ ହସ୍ପିଟାଲର ମେଡିକାଲ ସର୍ଭିସେସ୍ ଡାଇରେକ୍ଟର ଡା. ରଞ୍ଜନ କୁମାର ମହାପାତ୍ର କହିଥିଲେ, ଏପରି କର୍ମଶାଳl ଏଠାରେ ପ୍ରତିବର୍ଷ କରାଯିବାକୁ କର୍ତ୍ତୃପକ୍ଷଙ୍କ ଯୋଜନା ରହିଛି l
ଏହି କର୍ମଶାଳାରେ ଉତ୍କଳ ହସ୍ପିଟାଲର ନ୍ୟୁକ୍ଲିୟର୍ ମେଡିସିନ୍ ଆରଏସଓ ଲତିକା ଦେବୀ ମଞ୍ଚ ପରିଚାଳନା କରିଥିଲେ l
ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା
ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...
କେନାଲ ଭିତରକୁ ପଶିଗଲା କାର୍
ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...
ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…
ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...
ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା
ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...
ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ
ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...
ନେଟ୍ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…
ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏଥିଲାଗି...
ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ
ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...
ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର
ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...
Archives


