ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍ ମେଡିସିନ୍ ଅପଡେଟ୍-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ ଦେଇ ଉତ୍କଳ ହସ୍ପିଟାଲର ଡିନ୍ ଡାଇରେକ୍ଟର ପ୍ରଫେସର ଡା. ପିକେ ଦାସ କହିଥିଲେ, ଉତ୍କଳ ହସ୍ପିଟାଲ ରାଜ୍ୟ ତଥା ପଡ଼ୋଶୀ ରାଜ୍ୟରେ ନ୍ୟୁକ୍ଲିୟର୍ ମେଡିସିନ୍ କ୍ଷେତ୍ରରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିଛି l ହସ୍ପିଟାଲର ନ୍ୟୁକ୍ଳିୟର୍ ମେଡିସିନ୍ ବିଭାଗର ମୁଖ୍ୟ ଡା. ସରୋଜ କୁମାର ସାହୁ କହିଥିଲେ ଯେ, ମେଡିକାଲ କ୍ଷେତ୍ରରେ ବିଭିନ୍ନ ରୋଗୀଙ୍କ ପାଇଁ ନ୍ୟୁକ୍ଲିୟର୍ ମେଡିସିନର ଉପାଦେୟତା କେବଳ ରୋଗ ଚିହ୍ନଟରେ ସୀମିତ ନୁହେଁ, ଚିକିତ୍ସା କ୍ଷେତ୍ରରେ ମଧ୍ୟ ବିଶେଷ ସହାୟକ ହୋଇଥାଏ l ଏହି କ୍ଷେତ୍ରରେ ଉତ୍କଳ ହସ୍ପିଟାଲରେ ଉପଲବ୍ଧ ସେବା ଓ ସୁବିଧା ସମ୍ପର୍କରେ ଯୋଗଦେଇଥିବl ଡାକ୍ତରମାନଙ୍କ ସହିତ ଆଲୋଚନା କରାଯାଇଥିଲା। ଶେଷରେ ହସ୍ପିଟାଲର ମେଡିକାଲ ସର୍ଭିସେସ୍ ଡାଇରେକ୍ଟର ଡା. ରଞ୍ଜନ କୁମାର ମହାପାତ୍ର କହିଥିଲେ, ଏପରି କର୍ମଶାଳl ଏଠାରେ ପ୍ରତିବର୍ଷ କରାଯିବାକୁ କର୍ତ୍ତୃପକ୍ଷଙ୍କ ଯୋଜନା ରହିଛି l
ଏହି କର୍ମଶାଳାରେ ଉତ୍କଳ ହସ୍ପିଟାଲର ନ୍ୟୁକ୍ଲିୟର୍ ମେଡିସିନ୍ ଆରଏସଓ ଲତିକା ଦେବୀ ମଞ୍ଚ ପରିଚାଳନା କରିଥିଲେ l
ଗୋଟିଏ IPL ମ୍ୟାଚ୍ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍
ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…
‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ
ତେହରାନ,୪।୪: ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…
ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…
ମାତ୍ର ୧୧ ବଲ୍ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର
ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…
ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍ ପଡ଼ିବ ଅଭାବ
ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର
ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…
ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ
ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍ଏସ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…
Archives

