ନ୍ୟୁଡ୍‌ ଫଟୋର ଫୋରେନ୍ସିକ ଯାଞ୍ଚ ହେବ

ମୁମ୍ବାଇ: ନ୍ୟୁଡ୍‌ ଫଟୋ ଶୁଟ୍‌ ବିବାଦ ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ପିଛା ଛାଡ଼ୁନି। ରଣବୀରଙ୍କ ଫଟୋ ଭାଇରାଲ ହେବା ପରେ ପ୍ରଶଂସକ ଓ ଅନ୍ୟମାନେ ଏହାକୁ ବିରୋଧ କରିବା ଫଳରେ ତାଙ୍କ ନଁାରେ ମାମଲା ହୋଇଛି। ପୋଲିସ ରଣବୀରଙ୍କୁ ଏ ବାବଦରେ ପଚରାଉଚରା ମଧ୍ୟ କରିଛି। ଏବେ ଏହି ପ୍ରସଙ୍ଗରେ ରଣବୀର ଚକିତ କଲାପରି ବୟାନ ଦେଇଛନ୍ତି। ସେ ଶୁଟ୍‌ କରିଥିବା ଫଟୋ ମଧ୍ୟରୁ ଗୋଟିଏକୁ କେହି ବିକୃତ କରି ସୋସିଆଲ ମିଡିଆରେ ଛାଡ଼ିଥିବା ସେ ମୁମ୍ବାଇ ପୋଲିସକୁ କହିଛନ୍ତି। ସେଥିରେ ସେ ଅଣ୍ଡରଓ୍ବିୟର ପିନ୍ଧିଥିବାବେଳେ କେହି ତାହାକୁ ଏଡିଟ୍‌ କରି ଅନ୍ୟ କାହାର ପ୍ରାଇଭେଟ୍‌ ପାର୍ଟ ଦେଖାଇଥିବା ରଣବୀର ଦାବି କରିଛନ୍ତି। ପୋଲିସ ଗତ ଅଗଷ୍ଟ ୨୯ରେ ରଣବୀରଙ୍କୁ ପଚରାଉଚରା କରିବାବେଳେ ସେ ଏହି ବୟାନ ଦେଇଥିବା ଜଣପଡ଼ିଛି। ରଣବୀରଙ୍କ ବୟାନ ରେକର୍ଡ କରିବା ପରେ ଏବେ ପୋଲିସ ଏହାର ଯାଞ୍ଚ ଆରମ୍ଭ କରିଛି। ଫଟୋଗୁଡ଼ିକର ବାସ୍ତବତା ଜାଣିବା ପାଇଁା ତାହାକୁ ଫୋରେନ୍ସିକ୍‌ ଲାବୋରେଟୋରିକୁ ପଠାଯାଇଛି। ଅଧିକ ତଦନ୍ତ ପାଇଁ ତାଙ୍କୁ ପୁଣି ଡକାଯାଇପାରେ ବୋଲି ପୋଲିସ କହିଛି। ଉଲ୍ଲେଖଯୋଗ୍ୟ, ଲୋକପ୍ରିୟ ଫେସନ୍‌ ପତ୍ରିକା ‘ପେପର୍‌’ ମାଗାଜିନ୍‌ ପାଇଁ ରଣବୀର କିଛି ନଗ୍ନ ଫଟୋଶୁଟ୍‌ କରିଥିଲେ। ଜୁଲାଇ ୨୧ ତାରିଖରୁ ସୋସିଆଲ ମିଡିଆରେ ଏହି ଫଟୋ ଭାଇରାଲ ହେବାରେ ଲାଗିଥିଲା। ଏହି ଘଟଣାକୁ ତୀବ୍ର ବିରୋଧ ପରେ ଉକ୍ତ ମାମଲାରେ ରଣବୀର ଅଗଷ୍ଟରେ ମୁମ୍ବାଇର ଚେମ୍ବୁର ପୋଲିସ ଥାନାରେ ହାଜର ହୋଇଥିଲେ। ସେଠାରେ ପୋଲିସ ତାଙ୍କୁ ୨ ଘଣ୍ଟା ଜେରା କରି ବୟାନ ରେକର୍ଡ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?