ଦୁଇ ସପ୍ତାହ ସମୟ ମାଗିଲେ ରଣବୀର

ମୁମ୍ବାଇ,୨୧ ।୮: ବଲିଉଡ୍‌ର ଟପ୍ ଆକ୍ଟର ରଣବୀର ସିଂ ନିକଟରେ ଏକ ମାଗାଜିନ ସହ ନ୍ୟୁଡ ଫଟୋ ଶୁଟ କରି ଆସିଥିଲେ ବିବାଦକୁ । ସୋସିଆଲ ମିଡିଆରେ ତାଙ୍କର ଏମିତି କିଛି ଫଟୋ ଭାଇରାଲ ହେବା ପରେ ନେଟିଜେନ୍ସର ଗୋଟିଏ ବର୍ଗ କ୍ୟାମେରା ସାମ୍ନାରେ ରଣବୀର କ୍ଷମା ମାଗନ୍ତୁ ବୋଲି ଟ୍ରୋଲ କରିଥିଲେ । ଆଉ କେତେ ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ କରୁଥିବା ବେଳେ ଆଉ କେତେକ ଲୋକେ ଅଭିନେତାଙ୍କ ବିରୋଧରେ ଏଫଆଇଆର ଦେଇଦେଇଥିଲେ । ଏହାର ପରେ ପରେ ପୋଲିସ ସାମ୍ନାରେ ହାଜର ହେବାକୁ ତାଙ୍କୁ ଡକାଯାଇଥିଲା । ଆଉ ଏହି ଏଫଆଇଆର ରଣବୀରଙ୍କ ପାଇଁ ଅସୁବିଧା ସୃଷ୍ଟି କରିଥିଲା । ମିଡିଆ ରିପୋର୍ଟ ଅନୁଯାୟୀ, ନ୍ୟୁଡ ଫଟୋ ଶୁଟ ମାମଲାରେ ଯେଉଁ ନୋଟିସ ଜାରି କରାଯାଇଥିଲା ସେଥିରେ ରଣବୀର ୨୨ ଅଗଷ୍ଟ ୨୦୨୨ରେ ପୋଲିସ ସାମ୍ନାରେ ହାଜର ହେବାର ଥିଲା ।
ତେବେ ପୋଲଇସ ସାମ୍ନାରେ ହାଜର ହେବାର ଠିକ୍ ଗୋଟିଏ ଦିନ ପୂର୍ବରୁ ଏଏନଆଇ ଏକ ରିପୋର୍ଟରେ ଦାବି କରିଛି ଯେ ରଣବୀର ହାଜର ହେବା ପାଇଁ ଆଉ ୨ ସପ୍ତାହ ସମୟ ମାଗିଛନ୍ତି । ଚେମ୍ବୁର ପୋଲିସ ଷ୍ଟେଶନରେ ରଣବୀର ହାଜର ହେବାକୁ ଥିବା ବେଳେ ଏବେ ସେ ସମୟ ମାଗିବାରୁ ଚେମ୍ବୁର ପୋଲିସ ପୁଣିଥରେ ତାରିଖ ଧାର୍ଯ୍ୟ କରି ନୂଆ ସମନ ପଠାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri