Posted inଜାତୀୟ

ଅଶ୍ଳୀଳ ଚାଟିଂ, ବ୍ଲାକମେଲ୍‌ରୁ ଆୟ କରିଥିଲେ ୧୦ କୋଟି

ନୋଏଡା,୨୦।୮: ଫେସ୍‌ବୁକରେ ଯୁବତୀ ଓ ମହିଳାଙ୍କ ନାଁରେ ଆକାଉଣ୍ଟ ଖୋଲି ପୁରୁଷଙ୍କୁ ସହ ଯୋଗାଯୋଗ କରୁଥିଲେ। ପରେ ଅଶ୍ଳୀଳ ଚାଟିଂ ଓ ନ୍ୟୁଡ୍‌ ଭିଡିଓ କଲିଂ କରି ଲୋକଙ୍କୁ ଫସାଉଥିଲେ। ପରବର୍ତ୍ତୀ ସମୟରେ ରେକର୍ଡ ଭିଡିଓ ଦେଖାଇ ବ୍ଲାକମେଲ କରୁଥିଲେ। ଏଭଳି ଉପାୟରେ ଲୋକଙ୍କୁ ୧୦ କୋଟି ଟଙ୍କା ଠକି ଥିଲେ ହରିୟାଣାର ଦୁଇ ସାଇବର ଅପରାଧୀ। ଦୁହିଁଙ୍କୁ ଗୁରୁବାର ଉତ୍ତରପ୍ରଦେଶ ପୋଲିସ ଗିରଫ କରିଛି।

ଶମଶେର (୩୬) ଓ ଶାଫି ମହମ୍ମଦ (୨୭)ଙ୍କୁ ଗିରଫ କରାଯାଇଥିବା ବେଳେ ତୃତୀୟ ଅଭିଯୁକ୍ତ ଏପର୍ଯ୍ୟନ୍ତ ପୋଲିସ ହାତରେ ଲାଗି ନାହିଁ।

ନିକଟରେ ଗାଜିଆବାଦର ଜଣେ ବାସିନ୍ଦାଙ୍କ ଆକାଉଣ୍ଟରୁ ୧.୦୩ ଲକ୍ଷ ଟଙ୍କା ହଡ଼ପ ହୋଇଥିବା ସାଇବର ସେଲରେ ଅଭିଯୋଗ ହୋଇଥିଲା। ପୀଡ଼ିତଙ୍କ ଘର ଭଡ଼ା ନେବା ପାଇଁ ସେନା ଅଧିକାରୀ ପରିଚୟ ଦେଇ କଥା ହୋଇଥିଲେ ଦୁଇ ଜଣ ବ୍ୟକ୍ତି। ସେମାନେ ଆଡଭାନ୍ସ ବାବଦକୁ ଟଙ୍କା ଦେବା ଲାଗି ଆକାଉଣ୍ଟର ସମସ୍ତ ବିବରଣୀ ମାଗିଥିଲେ। ଏହାପରେ ତାଙ୍କ ଆକାଉଣ୍ଟରୁ ୧.୦୩ ଲକ୍ଷ ଟଙ୍କା ଡେଭିଟ୍‌ ହୋଇଥିବା ଜଣାପଡ଼ିଥିଲା। ଏ ସଂକ୍ରାନ୍ତରେ ନୋଏଡା ସାଇବର ଥାନାରେ ଅଭିଯୋଗ କରିଥିଲେ। ଦୁଇ ଅଭିଯୁକ୍ତ ପୋଲିସ ହାତରେ ଧରା ପଡ଼ିବା ପରେ ଉଭୟ ଉପାୟରେ ମୋଟ ଅଙ୍କର ଆୟ କରିଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ? ରୁଷିଆ ତେଲ କିଣି ପାରିବନି ଭାରତ!

ନୂଆଦିଲ୍ଲୀ,୧୮।୫: ହର୍ମୁଜ ପ୍ରଣାଳୀରେ ଅବରୋଧ ଯୋଗୁ, ବିଶ୍ୱ ତୈଳ ସଙ୍କଟ ଗଭୀର ହେଉଛି, ତଥାପି ଏହାର ସମାଧାନର କୌଣସି ଦୃଶ୍ୟ ଦେଖାଯାଉ ନାହିଁ। ପ୍ରାରମ୍ଭରେ, କିନ୍ତୁ, ଆମେରିକା…

ସକାଳୁ ସକାଳୁ ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ଚଢ଼ାଉ, ସ୍ପେଶାଲ ସ୍କ୍ବାଡ୍‌ ନିଯୁକ୍ତ ହୋଇ…

କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍‌ ଗଠନ କରି ଆନନ୍ଦପୁର…

ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ

ଯୋଧପୁର,୧୮ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଗ୍ରାମାଞ୍ଚଳରେ ବହୁବର୍ଷ ଧରି ଗଣବଳାତ୍କାର ଓ ବ୍ଲାକ୍‌ମେଲ୍‌ର ସମ୍ମୁଖୀନ ହୋଇଆସୁଥିବା ୨ ଭଉଣୀ ବାରମ୍ବାର ଥାନାର ଦ୍ୱାରସ୍ଥ ହେବା ସତ୍ତ୍ୱେ ନ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri