Posted inଜାତୀୟ

ନୁହ ହିଂସାର ହେବ ସମ୍ପୂର୍ଣ୍ଣ ଯାଞ୍ଚ: ଅନିଲ ବିଜ୍‌

ଚଣ୍ଡିଗଡ,୨।୮: ହରିୟାଣାର ନୁହରେ ଘଟଥିବା ସାମ୍ପ୍ରଦାୟିକ ହିଂସାକୁ ନେଇ ରାଜନୀତି ଜୋର ଧରିଛି। ଏହି ହିଂସା ପାଇଁ ବିରୋଧୀ ହରିୟାଣାର ଭାଜପା-ଜେଜେପି ସରକାରଙ୍କୁ ଦାୟୀ କରିଛନ୍ତି। ରାଜ୍ୟର ଗୃହ ଓ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ୍‌ ବୁଧବାର କହିଛନ୍ତି, ନୁହରେ ଏତେ ବଡ଼ ଧରଣର ଘଟଣା ଗୋଟିଏ ଦିନରେ ଘଟିପାରିବ ନାହିଁ। ଏଥିପାଇଁ ଅସ୍ତ୍ରଶସ୍ତ୍ର ସଂଗ୍ରହ କରି ଯୋଜନା ପ୍ରସ୍ତୁତ କରାଯାଇଛି ଏବଂ ଗୁଳି ଚାଳନା କରାଯାଇଛି। ଏହି ଘଟଣାର ସମ୍ପୂର୍ଣ୍ଣ ତଦନ୍ତ ହେବ। ଯେଉଁମାନେ ନୁହରେ ଏପରି କାଣ୍ଡ ଘଟାଇଥିବା ଲୋକଙ୍କୁ ଉଚିତ୍‌ ଦଣ୍ଡ ଦିଆଯିବ।
ଗୃହମନ୍ତ୍ରୀ କହିଛନ୍ତି ଯେ, ନୁହରେ ହୋଇଥିବା ହିଂସା ପରେ ପରିସ୍ଥିତି ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ହରିୟାଣା ଠାରୁ ୩୦ଟି ଏବଂ କେନ୍ଦ୍ରରୁ ୨୦ଟି ପୋଲିସ ଟିମ୍‌ ଘଟଣାସ୍ଥଳରେ ଅଛନ୍ତି। ନୁହ ଅଞ୍ଚଳକୁ ୮ଟି ପୋଲିସ ଷ୍ଟେସନରେ ବିଭକ୍ତ କରାଯାଇଛି। ପ୍ରତ୍ୟେକ ପୋଲିସ ଷ୍ଟେଶନରେ ଜଣେ ଆଇପିଏସ ଅଧିକାରୀଙ୍କୁ ପୋଷ୍ଟ କରାଯାଇଛି। ଲୋକମାନେ ସୋସିଆଲ ମିଡିଆରେ ଭୁଲ ପୋଷ୍ଟ ପୋଷ୍ଟ କରିବା ଉଚିତ୍‌ ନୁହେଁ । ଆମେ ସମସ୍ତ ଦିଗ ଉପରେ ନଜର ରଖିଛୁ ଏବଂ ଯଦି କେହି ସୋସିଆଲ ମିଡିଆ ମାଧ୍ୟମରେ ଭୁଲ ପୋଷ୍ଟ କରନ୍ତGି ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ମାମଲାରେ ଏପର୍ଯ୍ୟନ୍ତ ୪୧ଟି ମାମଲା ରୁଜୁ ହୋଇଛି ଏବଂ ୧୧୬ ଜଣଙ୍କୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ, ହରିୟାଣାର ନୁହ ଜିଲା ନନ୍ଦ ଗାଁ ନିକଟରେ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ବ୍ରଜମଣ୍ଡଳ ଜଳାଭିଷେକ ଯାତ୍ରା କରାଯାଉଥିବାବେଳେ ଗୁରୁଗ୍ରାମ-ଅଲଓ୍ବାର ଜାତୀୟ ରାଜପଥରେ ଗୋଟିଏ ଗୋଷ୍ଠୀ ଏହାକୁ ଅଟକାଇବା ସହ ଶୋଭାଯାତ୍ରା ଉପରକୁ ଟେକାମାଡ଼ କରିଥିଲା। ଉତ୍ତେଜନା ବଢ଼ିବା ସହ ସରକାରୀ ଓ ଘରୋଇ ଗାଡ଼ିଗୁଡ଼ିକୁ ଟାର୍ଗେଟ କରାଯିବା ସହ କେତେକରେ ନିଆଁ ଲଗାଇଦିଆଯାଇଥିଲା। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ହିଂସାରେ ବର୍ତ୍ତମାନ ପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ଘଟିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?