‘ଚୋରଙ୍କୁ କ୍ଷମତା ଦେବା ଅପେକ୍ଷା ପାକିସ୍ତାନ ଉପରେ କ୍ଷେପଣାସ୍ତ୍ର ପକାଇବା ଭଲ’

ଇସଲାମାବାଦ,୧୪ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ଚୋରମାନଙ୍କୁ କ୍ଷମତା ଦେବା ଅପେକ୍ଷା ପାକିସ୍ତାନ ଉପରେ ପରମାଣୁ ବୋମା ପକାଇବା ଭଲ ହୋଇଥାନ୍ତା।

ଏକ ରିପୋର୍ଟ ଅନୁଯାୟୀ, ଇମ୍ରାନ ଶୁକ୍ରବାର ତାଙ୍କ ବାନିଗାଲାସ୍ଥିତ ବାସଭବନରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ଏପରି ମନ୍ତବ୍ୟ ଦେଇଛନ୍ତି। ପାକିସ୍ତାନର ତେହେରିକ-ଇ-ଇନ୍‌ସାଫର ରାଷ୍ଟ୍ରପତି ମଧ୍ୟ କହିଛନ୍ତି ଯେ, ଦେଶର ଭବିଷ୍ୟତ ଚୋରଙ୍କ ହାତରେ ଲଗାଇବା ଆଶ୍ଚର୍ଯ୍ୟଜନକ। ଏହି ଲୋକମାନଙ୍କୁ କ୍ଷମତା ହସ୍ତାନ୍ତର କରିବା ଅପେକ୍ଷା ଦେଶରେ ପରମାଣୁ ବୋମା ପକାଇଥିଲେ ଭଲ ହୋଇଥାନ୍ତା।

ସେ ଆହୁରି ମଧ୍ୟ କହିଛନ୍ତି, ଶକ୍ତିଶାଳୀ ବ୍ୟକ୍ତି ଯେଉଁମାନେ ତାଙ୍କୁ ଅତୀତର ଶାସକଙ୍କ ଦୁର୍ନୀତିର କାହାଣୀ କହୁଥିଲେ ସେମାନେ ଅନ୍ୟମାନଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଅପେକ୍ଷା ତାଙ୍କ ସରକାରଙ୍କ କାର୍ଯ୍ୟଦକ୍ଷତା ଉପରେ ଧ୍ୟାନ ଦେବା ପାଇଁ ପରାମର୍ଶ ଦେଇଛନ୍ତି।

କ୍ଷମତାକୁ ଆସିଥିବା ଚୋରମାନେ ପ୍ରତ୍ୟେକ ଅନୁଷ୍ଠାନ ଏବଂ ନ୍ୟାୟିକ ବ୍ୟବସ୍ଥାକୁ ନଷ୍ଟ କରିଦେଇଛନ୍ତି। ବର୍ତ୍ତମାନ କେଉଁ ସରକାରୀ ଅଧିକାରୀ ଏହି ଅପରାଧୀଙ୍କ ମାମଲାର ତଦନ୍ତ କରିବେ ବୋଲି ପଚାରନ୍ତୁ। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫ କହିଛନ୍ତି, ଇମ୍ରାନ ତାଙ୍କ ଭାଷଣରେ ରାଜ୍ୟ ଅନୁଷ୍ଠାନକୁ ଟାର୍ଗେଟ କରି ପାକିସ୍ତାନର ଲୋକଙ୍କ ମନକୁ ବିଷାକ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri