ବଢ଼ିପାରେ ବ୍ଲକ୍‌ ସଂଖ୍ୟା: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୨୯।୧୨ (ଅନିଲ ଦାସ): ରାଜ୍ୟରେ ନୂଆ ବ୍ଲକ ଗଠନ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଆବଶ୍ୟକ ପଡ଼ିଲେ ସରକାର ଏକ କମିଶନ ଗଠନ କରିବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ପ୍ରଶାସନକୁ ଲୋକଙ୍କ ଅଧିକ ନିକଟତର କରାଇବା ଉଦ୍ଦେଶ୍ୟରେ ବର୍ତ୍ତମାନର ବ୍ଲକଗୁଡ଼ିକର ପୁନର୍ଗଠନ କରି ନୂଆ ବ୍ଲକ ଗଠନ ପାଇଁ ସରକାର ଚିନ୍ତା କରୁଛନ୍ତି। ରାଜ୍ୟରେ ଶେଷଥର ପାଇଁ ୧୯୮୪ରେ ବ୍ଲକ ପୁନର୍ଗଠନ ହୋଇଥିଲା। ଏବେ ଲୋକସଂଖ୍ୟା ବୃଦ୍ଧି ଓ ପ୍ରଶାସନକୁ ନିକଟତର କରାଇବା ପାଇଁ ଅଧିକ ବ୍ଲକର ଆବଶ୍ୟକତା ରହିଛି। ଏବେ ରାଜ୍ୟରେ ୩୧୪ଟି ବ୍ଲକ ଅଛି। ୪୦ବର୍ଷ ମଧ୍ୟରେ ଜନସଂଖ୍ୟା ବହୁ ପରିମାଣରେ ବଢ଼ିଥିଲେ ମଧ୍ୟ ବ୍ଲକ ସଂଖ୍ୟା ସମାନ ରହିଛି। ଲୋକଙ୍କ ବିଭିନ୍ନ ସମସ୍ୟାକୁ ସମାଧାନ କରିବାରେ ପ୍ରଶାସନକୁ ସମସ୍ୟା ହେଉଛି। ଅନେକ ସ୍ଥାନରେ ଲୋକଙ୍କୁ ବ୍ଲକ ଅଫିସ ଯିବା ପାଇଁ ବହୁ ଦୂରତ୍ୱ ଅତିକ୍ରମ କରିବାକୁ ମଧ୍ୟ ପଡ଼ୁଛି। କୋରାପୁଟର ତେନ୍ତୁଳିଗୁମା ପଞ୍ଚାୟତର ଲୋକେ ପ୍ରାୟ ୭୫କିମି ବାଟ ଅତିକ୍ରମ କଲେ ତାଙ୍କ ବ୍ଲକ ବୈପାରିଗୁଡ଼ା ଆସୁଛନ୍ତି।
ନୂଆ ବ୍ଲକ ଗଠନ କରିବା ଏକ ଜଟିଳ ପ୍ରକ୍ରିୟା। ଆଇନଗତ ଦିଗ ମଧ୍ୟ ରହିଛି। ଏଥିପାଇଁ ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ମଧ୍ୟ ଆବଶ୍ୟକତା ରହିଛି। ବର୍ତ୍ତମାନର ସରକାର ଏ ଦିଗରେ ପଦକ୍ଷେପ ନେଇଛନ୍ତି। ସେ ନିଜେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଏନେଇ ଆଲୋଚନା କରିସାରିଛନ୍ତି। ଆବଶ୍ୟକ ପଡ଼ିଲେ ଏଥିପାଇଁ ସରକାର ଏକ କମିଶନ ଗଠନ ମଧ୍ୟ କରିବେ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri