ବଢ଼ିପାରେ ବ୍ଲକ୍‌ ସଂଖ୍ୟା: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୨୯।୧୨ (ଅନିଲ ଦାସ): ରାଜ୍ୟରେ ନୂଆ ବ୍ଲକ ଗଠନ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଆବଶ୍ୟକ ପଡ଼ିଲେ ସରକାର ଏକ କମିଶନ ଗଠନ କରିବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ପ୍ରଶାସନକୁ ଲୋକଙ୍କ ଅଧିକ ନିକଟତର କରାଇବା ଉଦ୍ଦେଶ୍ୟରେ ବର୍ତ୍ତମାନର ବ୍ଲକଗୁଡ଼ିକର ପୁନର୍ଗଠନ କରି ନୂଆ ବ୍ଲକ ଗଠନ ପାଇଁ ସରକାର ଚିନ୍ତା କରୁଛନ୍ତି। ରାଜ୍ୟରେ ଶେଷଥର ପାଇଁ ୧୯୮୪ରେ ବ୍ଲକ ପୁନର୍ଗଠନ ହୋଇଥିଲା। ଏବେ ଲୋକସଂଖ୍ୟା ବୃଦ୍ଧି ଓ ପ୍ରଶାସନକୁ ନିକଟତର କରାଇବା ପାଇଁ ଅଧିକ ବ୍ଲକର ଆବଶ୍ୟକତା ରହିଛି। ଏବେ ରାଜ୍ୟରେ ୩୧୪ଟି ବ୍ଲକ ଅଛି। ୪୦ବର୍ଷ ମଧ୍ୟରେ ଜନସଂଖ୍ୟା ବହୁ ପରିମାଣରେ ବଢ଼ିଥିଲେ ମଧ୍ୟ ବ୍ଲକ ସଂଖ୍ୟା ସମାନ ରହିଛି। ଲୋକଙ୍କ ବିଭିନ୍ନ ସମସ୍ୟାକୁ ସମାଧାନ କରିବାରେ ପ୍ରଶାସନକୁ ସମସ୍ୟା ହେଉଛି। ଅନେକ ସ୍ଥାନରେ ଲୋକଙ୍କୁ ବ୍ଲକ ଅଫିସ ଯିବା ପାଇଁ ବହୁ ଦୂରତ୍ୱ ଅତିକ୍ରମ କରିବାକୁ ମଧ୍ୟ ପଡ଼ୁଛି। କୋରାପୁଟର ତେନ୍ତୁଳିଗୁମା ପଞ୍ଚାୟତର ଲୋକେ ପ୍ରାୟ ୭୫କିମି ବାଟ ଅତିକ୍ରମ କଲେ ତାଙ୍କ ବ୍ଲକ ବୈପାରିଗୁଡ଼ା ଆସୁଛନ୍ତି।
ନୂଆ ବ୍ଲକ ଗଠନ କରିବା ଏକ ଜଟିଳ ପ୍ରକ୍ରିୟା। ଆଇନଗତ ଦିଗ ମଧ୍ୟ ରହିଛି। ଏଥିପାଇଁ ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ମଧ୍ୟ ଆବଶ୍ୟକତା ରହିଛି। ବର୍ତ୍ତମାନର ସରକାର ଏ ଦିଗରେ ପଦକ୍ଷେପ ନେଇଛନ୍ତି। ସେ ନିଜେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଏନେଇ ଆଲୋଚନା କରିସାରିଛନ୍ତି। ଆବଶ୍ୟକ ପଡ଼ିଲେ ଏଥିପାଇଁ ସରକାର ଏକ କମିଶନ ଗଠନ ମଧ୍ୟ କରିବେ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri