ଦିନକରେ ୯୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୦ ହଜାର ୬୩୩ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୬୫ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଲକ୍ଷ ୧୩ ହଜାର ୮୧୨ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ରବିବାର ସୁଦ୍ଧା ୭୦ହଜାର ୬୨୬ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୩୧ ଲକ୍ଷ ୮୦ ହଜାର ୮୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୮ ଲକ୍ଷ ୬୨ ହଜାର ୩୨୦ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେପ୍ଟେମ୍ବର ୫ ସୁଦ୍ଧା ଦେଶରେ ୪ କୋଟି ୮୮ ଲକ୍ଷ ୩୧ ହଜାର ୧୪୫ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ୧୦ଲକ୍ଷ ୯୨ ହଜାର ୬୫୪ ଜଣଙ୍କ ନମୁନା ପରୀକ୍ଷା ହୋଇଛି। ଆକ୍ରାନ୍ତଙ୍କ ମୃତ୍ୟୁ ହାର ୧.୭୨ ପ୍ରତିଶତ ରହିଛି। ସେହିପରି ସୁସ୍ଥ ହେବା ହାର ୭୭.୨୩ ପ୍ରତିଶତ ଛୁଇଁଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ଗୋଟିଏ ଦିନରେ ୭୦ ହଜାର ୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri