Posted inଜାତୀୟ

ମାସେରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିଛି ୩୫ ପ୍ରତିଶତ…

ଜେନେଭା, ୧୮।୮ : କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଗତ ଚାରି ସପ୍ତାହ ମଧ୍ୟରେ ସାରା ବିଶ୍ୱରେ ଏହି ମହାମାରୀ ଯୋଗୁଁ ମୃତ୍ୟୁ ସଂଖ୍ୟାରେ ୩୫ ପ୍ରତିଶତ ବୃଦ୍ଧି ଘଟିଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱ ସୱାସ୍ଥ୍ୟ ସଂଗଠନର ମହା ନିର୍ଦ୍ଦେଶକ ଡାକ୍ତର ଟେଡ୍ରୋସ ଘେବ୍ରେୟସସ୍‌ ପୁଣିଥରେ ବିଶ୍ୱବାସୀଙ୍କୁ ଏକ ଭିଡିଓ ବାର୍ତ୍ତା ଜାରି କରି ଚେତାବନୀ ଦେଇଛନ୍ତି।

ଲଗାତାର ତୃତୀୟ ବର୍ଷ ପାଇଁ କରୋନା ମହାମାରୀ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏପିଡେମୋଲୋଜିଷ୍ଟ ଏବଂ ବିଶ୍ୱନେତାମାନେ ବାରମ୍ବାର କରୋନା ମହାମାରୀ ବିଷୟରେ କହୁଛନ୍ତି ଯେ ଆମକୁ କରୋନା ସହିତ ବଞ୍ଚିବା ଶିଖିବାକୁ ପଡିବ।

ଏହି ମର୍ମରେ ଘେବ୍ରେୟସସ୍‌ କହିଛନ୍ତି ଯେ ରୋଗ ଶେଷ ହୋଇଛି ବୋଲି ଆମେ ଅନୁମାନ କରିବା ଉଚିତ୍ ନୁହେଁ। ନିଜକୁ ଏବଂ ଅନ୍ୟମାନଙ୍କୁ ଏଥିରୁ ରକ୍ଷା କରିବା ପାଇଁ ଆମକୁ ସର୍ବଦା ସର୍ତକ ରହିବାକୁ ପଡିବ। ଘେବ୍ରେୟସସ୍‌ କହିଛନ୍ତି ଯେ ଆମେ ସମସ୍ତେ କରୋନା ମହାମାରୀରେ ଥକି ଯାଇଛୁ, କିନ୍ତୁ ଏହି ଭୂତାଣୁ ଏପର୍ଯ୍ୟନ୍ତ ଥକି ନାହାଁନ୍ତି।

କରୋନାର ଓମିକ୍ରନ ଭାରିଆଣ୍ଟ ଏପର୍ଯ୍ୟନ୍ତ ପ୍ରାଧାନ୍ୟ ବିସ୍ତାର କରିଛି। ଗତ ଏକ ମାସ ମଧ୍ୟରେ, ୯୦ ପ୍ରତିଶତରୁ ଅଧିକ ନମୁନାରେ ବିଏ.୫ ସବ ଷ୍ଟ୍ରେନ ଦେଖିବାକୁ ମିଳିଛି। ତାଙ୍କ ଭିଡିଓ ବାର୍ତ୍ତାରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ କହିଛନ୍ତି ୧୫ ହଜାର ଲୋକଙ୍କର ଚାରି ସପ୍ତାହ ମଧ୍ୟରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଛି। ଏହି ସଂଖ୍ୟା ଅସହ୍ୟ, କାରଣ ସଂକ୍ରମଣକୁ ରୋକିବା ଏବଂ ଜୀବନ ରକ୍ଷା କରିବା ପାଇଁ ଆମର ସମସ୍ତ ବ୍ୟବସ୍ଥା ଅଛି। ଆମ ମଧ୍ୟରୁ କେହି ଅସହାୟ ନୁହଁନ୍ତି। ସମସ୍ତଙ୍କୁ ଟିକାକରଣ କରିବା ଜରୁରୀ। ଆବଶ୍ୟକ ହେଲେ ବୁଷ୍ଟର୍‌ ଡୋଜ ନେବାକୁ ପଡ଼ିବ। ସୁରକ୍ଷା ପାଇଁ ମାସ୍କ ପିନ୍ଧନ୍ତୁ ଏବଂ ଏକ ସୁରକ୍ଷିତ ଶାରୀରିକ ଦୂରତା ବଜାୟ ରଖନ୍ତୁ।

ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ମହାମାରୀ ଯୋଗୁଁ ସାରା ବିଶ୍ୱରେ ୫୯ କୋଟିରୁ ଅଧିକ ସଂକ୍ରମିତ ହୋଇଛି। ଏହି ସମୟ ମଧ୍ୟରେ ୬୪ ଲକ୍ଷରୁ ଅଧିକଙ୍କର ମୃତ୍ୟୁ ଘଟିଛି। ଆମେରିକାରେ ୯.୩ କୋଟିରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି। ଭାରତରେ ପ୍ରାୟ ୪.୪ କୋଟି ଲୋକ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri