ଦେଶରେ ୩୦ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୨।୮: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୬୯,୮୭୮ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨୯,୫୭,୭୦୨ରେ। ଏବେ ୬,୯୭,୩୩୦ ଜଣଙ୍କର ଚିକିତ୍ସା ଚାଲିଥିବା ବେଳେ ୨୨,୨୨,୫୭୮ ଜଣ ସୁସ୍ଥ ହୋଇଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ସେହିପରି ଗତ ୨୪ ଘଣ୍ଟାରେ ଦେଶରେ ୯୪୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ମୃତକଙ୍କ ସଂଖ୍ୟା ୫୫,୭୯୪ରେ ପହଞ୍ଚିଛି। ଅନ୍ୟପଟେ କୁହାଯାଇଛି କି ଦେଶରେ ସୁସ୍ଥତା ହାର ଏବେ ୭୪.୩୦ ପ୍ରତିଶତ ରହିଛି। ମହାରାଷ୍ଟ୍ରରେ ସବୁଠାରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେଠାରେ ମୃତକଙ୍କ ସଂଖ୍ୟା ମଧ୍ୟ ସର୍ବାଧିକ ରହିଛି। ଏଠାରେ ମୋଟ ୩୨୬ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା କୁହାଯାଇଛି।

Share