କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ କୋଟି ଛୁଇଁଲା…

ଓ୍ବାଶିଂଟନ, ୧୨।୪ : କରୋନା ମହାମାରୀକୁ ନେଇ ପୁଣି ପାଇଁ ଚିନ୍ତା ଜନକ ଖବର ଆସିଛି। ସୋମବାର ସମଗ୍ର ବିଶ୍ୱରେ କରୋନା ରୋଗୀଙ୍କ ସଂଖ୍ୟା ୫୦ କୋଟି ଅତିକ୍ରମ କରିଛି। ପ୍ରଥମ ମାମଲାରୁ ୫୦ କୋଟି ଆକ୍ରାନ୍ତରେ ପହଞ୍ଚିବାକୁ ମୋଟ ୮୭୭ ଦିନ ଲାଗିଛି।

ଆକ୍ରାନ୍ତଙ୍କ ମଧ୍ୟରୁ ୪୪ କୋଟି ୮୮ଲକ୍ଷରୁ ଅଧିକ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସଂକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ପୃଥିବୀରେ ୬୨ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଓ୍ବାଲର୍‌ଡ ମିଟର ଡଟ୍‌ ଇନଫୋ ଦ୍ୱାରା ପ୍ରକାଶିତ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି।

୨୦୧୯ ନଭେମ୍ବର ୧୭ ରେ, ଚାଇନାରେ କରୋନାଭାଇରସର ପ୍ରଥମ ମାମଲା ଦେଖିବାକୁ ମିଳିଥିଲା। ଏହା ପରେ, ପରବର୍ତ୍ତୀ ୨୨୨ ଦିନରେ ଅର୍ଥାତ୍‌ ୨୫ ଜୁନ ୨୦୨୦ ସୁଦ୍ଧା ପୃଥିବୀରେ ସଂକ୍ରମିତ କରୋନାଙ୍କ ସଂଖ୍ୟା ଏକ କୋଟିରେ ପହଞ୍ଚିଥିଲା। ଗୋଟିଏରୁ ୧୦ କୋଟି ଆକ୍ରାନ୍ତ ହେବା ପାଇଁ ମାତ୍ର ୨୧୪ ଦିନ ସମୟ ଲାଗିଥିଲା।

ଏହା ପରେ ସଂକ୍ରମଣର ଗତି ବୃଦ୍ଧି ପାଇ କେବଳ ୧୯୦ ଦିନ ମଧ୍ୟରେ ପୃଥିବୀରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ କୋଟିରେ ପହଞ୍ଚିଥିଲା। ୨୦ରୁ ୩୦ କୋଟି ସଂକ୍ରମିତ ହେବା ପାଇଁ ୧୫୫ ଦିନ ଲାଗିଥିଲା। ଏହା ପରେ ୩୪ ଦିନ ମଧ୍ୟରେ ୧୦ କୋଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହା ସହିତ ସଂକ୍ରମିତଙ୍କ ସଂଖ୍ୟା ପରେ ୪୦ କୋଟିରେ ପହଞ୍ଚିଥିଲା। ୪୦ କୋଟିର ଏହି ସଂଖ୍ୟା ୬୨ ଦିନ ମଧ୍ୟରେ ୫୦ କୋଟିକୁ ବୃଦ୍ଧି ପାଇଛି।

ଆମେରିକାରେ କରୋନା ସର୍ବାଧିକ ବିପଦ ସୃଷ୍ଟି କରିଛି। ପୃଥିବୀର ୧୦ଟି ଦେଶ ଅଛି ଯେଉଁଠାରେ କରୋନାର ଚତୁର୍ଥ ଲହର ଆରମ୍ଭ ହୋଇଛି। ସେଥିମଧ୍ୟରେ ଆମେରିକା, ବ୍ରାଜିଲ, ଜର୍ମାନୀ, ଅଷ୍ଟ୍ରେଲିଆ, ରୁଷିଆ, ଇଟାଲୀ, ଫ୍ରାନ୍ସ, ଜାପାନ, ଥାଇଲ୍ୟାଣ୍ଡ, ଦକ୍ଷିଣ କୋରିଆ ଏବଂ ଅଷ୍ଟ୍ରିଆ ଆଦି ଅନ୍ତର୍ଭୁକ୍ତ। ଗତ ସାତ ଦିନମଧ୍ୟରେ ଦକ୍ଷିଣ କୋରିଆରେ ସର୍ବାଧିକ ୧୪ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ ସେଠାରେ ୨୧୦୦ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଜର୍ମାନୀରେ ଏକ ଲକ୍ଷ ଲୋକ ଏବଂ ଫ୍ରାନ୍ସରେ ନଅ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri