ଲଗାତାର ୨ ଦିନ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ସେହିପରି ମୃତ୍ୟୁ ସଂଖ୍ୟା ଲଗାତାର ୨ ଦିନ ଧରି ୫ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୯ ହଜାର ୬୮୯ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୨ ହଜାର ୩୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୩୬ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୩ ଲକ୍ଷ ୯୮ ହଜାର ୧୦୦ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧. ୩୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୧ ହଜାର ୩୮୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୪୪ କୋଟି ୧୯ ଲକ୍ଷ ୧୨ ହଜାର ୩୯୫ ଜଣ ଲୋକଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୫ କୋଟି ୯୧ ଲକ୍ଷ ୬୪ ହଜାର ୧୨୧ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୬ ଲକ୍ଷ ୨୧ ହଜାର ୪୬୯ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri