କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି। ତେବେ ଗତ ୬ ଦିନ ଧରି ସଂକ୍ରମଣ କମିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୮୭୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୨୯ ଛୁଇଁଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୨୮୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ୧୭୬ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୮ ହଜାର ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୪ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୫୧ ହଜାର ୮୭ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୩ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୩ ହଜାର ୪୯୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୭୫ କୋଟି ୮୯ ଲକ୍ଷ ୧୨ ହଜାର ୨୭୭ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୧ ଲକ୍ଷ ୧୫ ହଜାର ୬୯୦ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୪ କୋଟି ୬୦ ଲକ୍ଷ ୫୫ ହଜାର ୭୯୬ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୬ ଲକ୍ଷ ୧୦ ହଜାର ୮୨୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୫ ଲକ୍ଷ ୨୨ ହଜାର ୧୭୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୩ ଲକ୍ଷ ୧୬ ହଜାର ୭୫୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri