କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି। ତେବେ ଗତ ୬ ଦିନ ଧରି ସଂକ୍ରମଣ କମିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୮୭୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୨୯ ଛୁଇଁଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୨୮୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ୧୭୬ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୮ ହଜାର ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୪ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୫୧ ହଜାର ୮୭ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୩ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୩ ହଜାର ୪୯୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୭୫ କୋଟି ୮୯ ଲକ୍ଷ ୧୨ ହଜାର ୨୭୭ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୧ ଲକ୍ଷ ୧୫ ହଜାର ୬୯୦ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୪ କୋଟି ୬୦ ଲକ୍ଷ ୫୫ ହଜାର ୭୯୬ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୬ ଲକ୍ଷ ୧୦ ହଜାର ୮୨୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୫ ଲକ୍ଷ ୨୨ ହଜାର ୧୭୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୩ ଲକ୍ଷ ୧୬ ହଜାର ୭୫୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri