ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୨ ହଜାର ୫୬୮ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୯୭ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୪୦ ହଜାର ତଳେ ପହଞ୍ଚିଛି। ଏହା ୩୩ ହଜାର ୯୧୭ ରହିଛି।

ସେହିପରି ୨୪ ଘଣ୍ଟାରେ ୪ ହଜାର ୭୨୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୫ ହଜାର ୯୭୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୯୬ ହଜାର ୬୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୪୬ ହଜାର ୧୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୦ କୋଟି ୪୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୧୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୮ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୮୦୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୪୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri