ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁୁଛି। ଦୈନିକ ସଂକ୍ରମଣ ଗତ ୨୪ ଘଣ୍ଟାରେ ୧୧ ହଜାର ୫୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୮୩ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ତଳେ ରହିଛି। ଏହା ୧୧ ହଜାର ୩୬୫ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୧୯୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୬୫୬ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୩୪ ହଜାର ୨୧୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୧ ହଜାର ୧୯୬ ଜଣ ସୁସ୍ଥ ହୋଇ ସାରିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୫ କୋଟି ୪୦ ଲକ୍ଷରୁ ଅଧିକ ଟପିଛି।

ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩୫୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୧୪୬ ଜଣ, ମହାରାଷ୍ଟ୍ରରେ ୧୩୦ ଜଣ ଏବଂ ମିଜୋରାମ୍‌ରେ ୧୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri