ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୮।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୧୮୩ ରେ ପହଞ୍ଚିଛି। ଫଳରେ ଦୈନିକ ସଂକ୍ରମଣରେ ୯୦ ପ୍ରତିଶତ ବୃଦ୍ଧି ଘଟିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୧୪ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ତଳେ ରହିଛି। ଏହା ୧୧ ହଜାର ୫୪୨ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୯୮୫ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୯୬୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୪୪ ହଜାର ୨୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୧୦ ହଜାର ୭୭୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳରେ ସର୍ବାଧିକ ୯୪୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୫୧୭ ଜଣ, ହରିୟାଣାରେ ୧୯୧ ଜଣ, ଉତ୍ତରପ୍ରଦେଶରେ ୧୩୫ ଜଣ ଏବଂ ମହାରାଷ୍ଟ୍ରରେ ୧୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୬ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri