ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୭: ଦଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ସେହିପରି ମୃତ୍ୟୁ ସଂଖ୍ୟା ଲଗାତାର ୨ ଦିନ ଧରି ୫ ଶହରୁ କମ୍‌ ରହିବା ପରେ ପୁଣି ଏଥିରେ ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୩ ହଜାର ୬୫୪ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୬୪୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୧ ହଜାର ୬୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୩୬ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୩ ଲକ୍ଷ ୯୯ ହଜାର ୪୩୬ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧. ୩୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୨ ହଜାର ୨୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୪୪ କୋଟି ୬୧ ଲକ୍ଷ ୫୬ ହଜାର ୬୫୯ ଜଣ ଲୋକଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୬ କୋଟି ୯ ଲକ୍ଷ ୯୭୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୬ ଲକ୍ଷ ୬୩ ହଜାର ୧୪୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରି ବିଫଳ…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?