ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୫୯୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୬୪୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୪ ହଜାର ୧୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୭ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୨୨ ହଜାର ୩୨୭ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୭୫୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୯ କୋଟି ୫୫ ଲକ୍ଷ ୪ ହଜାର ୫୯୩ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୧ ଲକ୍ଷ ୯୦ ହଜାର ୯୩୦ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୧ କୋଟି ୧୧ ଲକ୍ଷ ୮୪ ହଜାର ୫୪୭ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୯୨ ହଜାର ୭୫୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୭ ଲକ୍ଷ ୫୪ ହଜାର ୨୮୧ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୫ ଲକ୍ଷ ୧୨ ହଜାର ୩୬୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ୧୫ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୧୪।୧୧: କର୍ନାଟକ କଂଗ୍ରେସ ଓ ଜେଡି(ଏସ୍‌)ର ୧୫ ଅଯୋଗ୍ୟ ଘୋଷିତ ବିଧାୟକ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ...

ମୋ ବାପା ବୋମା ମାଡ଼ କରିଥିଲେ, ମାତ୍ର ଏହା ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ, ଭାଜପାର ତଥ୍ୟ ଭୁଲ୍‌: ସଚିନ ପାଇଲଟଙ୍କ ଜବାବ…

ନୂଆଦିଲ୍ଲୀ,୧୬।୮ : ଭାରତୀୟ ଜନତା ପାର୍ଟି ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ କିଛି ଦିନ ପୂର୍ବରୁ କଂଗ୍ରେସ ନେତା ସଚିନ ପାଇଲଟଙ୍କ ପିତା ରାଜେଶ...

ପୋଲିସ-ସିଆରପିଏଫ୍‌ ଦଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ…

ଶ୍ରୀନଗର,୨।୧୦ : ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲାର ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ ଯବାନ...

ଧୋନୀ ଜଣେ ଦେଶଭକ୍ତ: ଗିରିରାଜ

ଲଣ୍ଡନ,୯।୬: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗ୍ଲୋଭ୍ସ ନେଇ ଚର୍ଚ୍ଚା ଜୋର ଧରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଭାରତୀୟ ଆର୍ମି...

ସ୍ବିଜରଲାଣ୍ଡ ସବୁଠାରୁ ମହଙ୍ଗା ଦେଶ: ଶସ୍ତା ତାଲିକାରେ ତୃତୀୟରେ ଭାରତ

ନ୍ୟୁୟର୍କ/ନୂଆଦିଲ୍ଲୀ,୬।୨: ପୃଥିବୀର ସqବୁଠାରୁ ମହଙ୍ଗା ଦେଶ ତାଲିକାରେ ଏକ ନମ୍ବର ସ୍ଥାନରେ ସ୍ବିଜରଲାଣ୍ଡ ରହିଛି। ଅପରପକ୍ଷରେ ଶସ୍ତା ଦେଶ ତାଲିକାରେ ତୃତୀୟ ସ୍ଥାନରେ ଭାରତ ରହିଛି।...

୨୦୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କାମାକ୍ଷାନଗର, ୬।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ୨୦୦ରୁ ଊର୍ଦ୍ଧ୍ୱ ଛତିଶଗଡ଼ ଶ୍ରମିକଙ୍କ ସୋମବାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଏକ...

ଭିକ ମାଗି ସମାଜସେବା କରୁଥିବା ରାଜୁଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୩୧।୫: କରୋନା ମହାମାରୀ ସଙ୍କଟ ସମୟରେ ଭିକ ମାଗି ସମାଜସେବା କରୁଥିବା ପଞ୍ଜାବର ପଠାଣକୋଟ ବାସିନ୍ଦା ରାଜୁଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କି ବାତ୍‌...

ହେମା ମାଳିନୀଙ୍କ ଗାଲ ସହ ସଡକକୁ ତୁଳନା କରି କ୍ଷମା ମାଗିଲେ ମନ୍ତ୍ରୀ

ମୁମ୍ବାଇ,୨୦।୧୨: ମହାରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ଗୁଲାବରାଓ ପାଟିଲ ଜଲଗାଓଁ ଜିଲାର ସଡକକୁ ଅଭିନେତ୍ରୀ ହେମା ମାଳିନୀଙ୍କ ଗାଲ ସହ ତୁଳନା କରିବା...

Advertisement
Archives

Model This Week