ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୫୯୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୬୪୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୪ ହଜାର ୧୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୭ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୨୨ ହଜାର ୩୨୭ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୭୫୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୯ କୋଟି ୫୫ ଲକ୍ଷ ୪ ହଜାର ୫୯୩ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୧ ଲକ୍ଷ ୯୦ ହଜାର ୯୩୦ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୧ କୋଟି ୧୧ ଲକ୍ଷ ୮୪ ହଜାର ୫୪୭ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୯୨ ହଜାର ୭୫୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୭ ଲକ୍ଷ ୫୪ ହଜାର ୨୮୧ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୫ ଲକ୍ଷ ୧୨ ହଜାର ୩୬୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?