ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଏବଂ ମହାରାଷ୍ଟ୍ରର ନାଗପୁରରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ସରକାରଙ୍କ ଚିନ୍ତା ବଢୁିଛି।

ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୮୭୫ ରେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା ୩ ଶହ ଟପିଛିି। ଏହି ସମୟ ମଧ୍ୟରେ କରୋନାରେ ୩୬୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ସମୟ ମଧ୍ୟରେ ୩୯ ହଜାର ୧୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୨ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୯୧ ହଜାର ୨୫୬ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୩ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୧ ହଜାର ୪୧୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୭୦ କୋଟି ୭୫ ଲକ୍ଷ ୪୩ ହଜାର ୧୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୮ ଲକ୍ଷ ୪୭ ହଜାର ୬୨୫ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୩ କୋଟି ୪୦ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୧୦ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୨ ଲକ୍ଷ ୬୪ ହଜାର ୫୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୦ ଲକ୍ଷ ୯୬ ହଜାର ୭୧୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ହଜାର ୭୭୨ ଜଣ ନୂଆ ଆକ୍ରାନ୍ତଙ୍କୁଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୮୯ ଜଣଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri