ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୨ ହଜାର ୮୮୫ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୬୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ୧୫ ହଜାର ୫୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୨ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫୧ ହଜାର ୨୦୯ ରହିଛି।  ସାପ୍ତାହିକ ପଜିଟିଭ୍‌ ହାର ୧.୧୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୧ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୪ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୯ ହଜାର ୬୫୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୦୭ କୋଟି ୬୩ ଲକ୍ଷ ୧୪ ହଜାର ୪୪୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୦ ଲକ୍ଷ ୯୦ ହଜାର ୯୨୦ ଜଣଙ୍କୁ ଟିକାଦାନ କରାଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୭ ଲକ୍ଷ ୧୨ ହଜାର ୭୯୪ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୯୬ ହଜାର ୨୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri