ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୯୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୦ ହଜାର ୨୦୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୯ ହଜାର ୨୩ ରହିଛି। ୫୪୪ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୯ ହଜାର ୨୪୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୨୪ କୋଟି ୧୦ ଲକ୍ଷ ୮୬ ହଜାର ୮୫୦ ଜଣଙ୍କୁ ଟିକାଦାନ ସରିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷ ୧୨ ହଜାର ୫୨୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ରେ ପହଞ୍ଚିଛି। ତେବେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri