ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୯୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୦ ହଜାର ୨୦୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୯ ହଜାର ୨୩ ରହିଛି। ୫୪୪ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୯ ହଜାର ୨୪୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୨୪ କୋଟି ୧୦ ଲକ୍ଷ ୮୬ ହଜାର ୮୫୦ ଜଣଙ୍କୁ ଟିକାଦାନ ସରିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷ ୧୨ ହଜାର ୫୨୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ରେ ପହଞ୍ଚିଛି। ତେବେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri