ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୧୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୨୭୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୮୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୧ ହଜାର ୩୭୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୬ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୩୫ ହଜାର ୯୧୮ରହିଛି। ୫୨୨ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୯ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୩ ହଜାର ୫୩୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୧୨ କୋଟି ୧ ଲକ୍ଷ ୩ ହଜାର ୨୨୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୮ ଲକ୍ଷ ୪୩ ହଜାର ୮୪୦ ଜଣଙ୍କୁ ଟିକାଦାନ କରାଯାଇଛି। ସେହିପରି ଇତିମଧ୍ୟରେ ୬୨ କୋଟି ୨୩ ଲକ୍ଷ ୩୩ ହଜାର ୯୩୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୬୬ ହଜାର ୫୮୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୮ ଲକ୍ଷ ୩୭ ହଜାର ୮୫୯ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ୩ କୋଟି ୪୪ ଲକ୍ଷ ୩୭ ହଜାର ୩୦୭ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୬,୪୬୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨୩ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

ପାଇଲଟ ସ୍ମିତଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗାନ୍ଧିନଗର,୧।୧୦: ଗୁଜରାଟ ସରକାର ସାହସୀ ପାଇଲଟ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସୋମନାଥ ମନ୍ଦିରରେ ବିଶେଷ ପ୍ରାର୍ଥନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?