ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୧୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୨୭୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୮୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୧ ହଜାର ୩୭୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୬ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୩୫ ହଜାର ୯୧୮ରହିଛି। ୫୨୨ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୯ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୩ ହଜାର ୫୩୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୧୨ କୋଟି ୧ ଲକ୍ଷ ୩ ହଜାର ୨୨୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୮ ଲକ୍ଷ ୪୩ ହଜାର ୮୪୦ ଜଣଙ୍କୁ ଟିକାଦାନ କରାଯାଇଛି। ସେହିପରି ଇତିମଧ୍ୟରେ ୬୨ କୋଟି ୨୩ ଲକ୍ଷ ୩୩ ହଜାର ୯୩୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୬୬ ହଜାର ୫୮୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୮ ଲକ୍ଷ ୩୭ ହଜାର ୮୫୯ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ୩ କୋଟି ୪୪ ଲକ୍ଷ ୩୭ ହଜାର ୩୦୭ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୬,୪୬୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨୩ ରହିଛି।

Share