ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୩।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ଟପିିଛି। ଦୈନିକ ସଂକ୍ରମଣ ୧୫ ହଜାର ୧୦୨ରେ ପହଞ୍ଚିଛି। ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୨୭୮ ଜଣଙ୍କ ମୃତ୍ୟୁ ଘଟିଛି। ଗତକାଲି ଦୈନିକ ମୃତ୍ୟୁ ସଂଖ୍ୟା ୨୩୫ ଥିଲା। ଗତ ୨୪ ଘଣ୍ଟାରେ ୩୧ ହଜାର ୩୭୭ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧ ଲକ୍ଷ ୬୪ ହଜାର ୫୨୨ରେ ପହଞ୍ଚିିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୨ ହଜାର ୬୨୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୮ ଲକ୍ଷ ୬୭ ହଜାର ୩୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୧ ଲକ୍ଷ ୮୯ ହଜାର ୮୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୬ କୋଟି ୨୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୫ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।
ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୫,୬୯୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୧,୨୯୫, ମହାରାଷ୍ଟ୍ରରେ ୧,୦୮୦, ମଧ୍ୟପ୍ରଦେଶରେ ୮୪୭, କର୍ନାଟକରେ ୭୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ତାମିଲନାଡୁରେ ୬୭୧ ଏବଂ ରାଜସ୍ଥାନରେ ୬୧୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share