ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ହଜାର ୬୮୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୩୩ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୧୬ ହଜାର ଟପିଛି। ଏହା ୧୬ ହଜାର ୩୦୮ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୧୫୮ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୫୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୫୦ ହଜାର ୨୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୯ ହଜାର ୩୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳରେ ୭୨୩ ଜଣ, ମହାରାଷ୍ଟ୍ରରେ ୫୩୬ ଜଣ, ଦିଲ୍ଲୀରେ ୪୪୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୨୩୬ ଜଣ, କର୍ନାଟକରେ ୧୭୧ ଜଣ, ଉତ୍ତରପ୍ରଦେଶରେ ୧୨୧ ଜଣ, ରାଜସ୍ଥାନ ୧୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୩ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?