ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୩୨,୮୦୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୭୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୯୨ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୫୦୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୫ ହଜାର ୧୮୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୯ ହଜାର ୫୮୩ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୯ ହଜାର ୫୨୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୬ କୋଟି ୩୦ ଲକ୍ଷ ୩୭ ହଜାର ୩୩୪ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୮୧ ଲକ୍ଷ ୯ ହଜାର ୨୪୪ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୨ କୋଟି ୪୮ ଲକ୍ଷ ୬୮ ହଜାର ୭୩୪ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୬ ଲକ୍ଷ ୮୪ ହଜାର ୪୪୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୦ ଲକ୍ଷ ୨୮ ହଜାର ୮୨୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୮ ଲକ୍ଷ ୫୭ ହଜାର ୯୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri