ରାଉରକେଲାରେ ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ରାଉରକେଲା,୧୮।୧୨(ସଙ୍ଗୀତା ଜେନା): ରାଉରକେଲା ସହର ସମେତ ଆଖପାଖ ଅଞ୍ଚଳରେ ଝାଡ଼ାବାନ୍ତି ଅଣାୟତ୍ତ ହୋଇପଡିଛି। ଝାଡ଼ାବାନ୍ତିରେ ପୂର୍ବରୁ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୋମବାର ଏହି ତାଲିକାରେ ଆଉ ୨ଜଣଙ୍କ ନାଁ ଯୋଡି ହୋଇଛି। ଫଳରେ ଝାଡ଼ାବାନ୍ତି ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ମୃତକ ହେଲେ ନୟାବଜାର ଅଞ୍ଚଳର ସରୋଜିନୀ ଖଣ୍ଡାୟତ ଓ କିଷାନଟୋଲାର ବିଜୟ କିଷାନ। ସରୋଜିନୀ ପ୍ରଥମେ ରାଉରକେଲା ସରକାରୀ ଡାକ୍ତରଖାନା(ଆର୍‌ଜିଏଚ୍‌)ରେ ଚିକିତ୍ସିତ ହେଉଥିଲେ। ସୋମବାର ସକାଳେ ତାଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲ(ଆଇଜିଏଚ୍‌)କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଛି।

ଆର୍‌ଜିଏଚ୍‌ରେ ବର୍ତ୍ତମାନ ସୁଦ୍ଧା ୧୨ଶିଶୁଙ୍କ ସମେତ ୧୪୨ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ଝାଡ଼ାବାନ୍ତି ରୋଗୀଙ୍କ ପାଇଁ ଅଧିକ ଶଯ୍ୟା ବ୍ୟବସ୍ଥା କରାଯାଇଛି। ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ସ୍ବତନ୍ତ୍ର ଟିମ୍‌ ଦଳ ଆସି ଚିକିତ୍ସା କରୁଛନ୍ତି। ସେମାନଙ୍କୁ ଡାକ୍ତର, ବିଶେଷଜ୍ଞ, ପାରାମେଡ଼ିକାଲ ଷ୍ଟାଫ୍‌ ଓ ନର୍ସିଂ ଷ୍ଟାଫ୍‌ ଚିକିତ୍ସାରେ ସହଯୋଗ କରୁଛନ୍ତି। ଗତ ୧୧ତାରିଖରୁ ଆଜିଯାଏ ମୋଟ ୩୪୨ ଜଣ ରୋଗୀ ଆର୍‌ଜିଏଚ୍‌ରେ ଭର୍ତ୍ତି ହୋଇଥିଲେ। କିଛି ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ୱରରୁ ପର୍ଯ୍ୟାପ୍ତ ଔଷଧ ଯୋଗାଣ କରାଯାଉଛି ବୋଲି ଆର୍‌ଜିଏଚ୍‌ ଭାରପ୍ରାପ୍ତ ସୁପରିଟେଣ୍ଟେଣ୍ଡେଣ୍ଟ ଡ. ସୁଧାରାଣୀ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri