ନେପାଳରେ ହିନ୍ଦୁଙ୍କ ସଂଖ୍ୟା କମିଲା…

କାଠମାଣ୍ଠୁ,୫।୬ : ଗତ ଦଶନ୍ଧିରେ ନେପାଳରେ ହିନ୍ଦୁ ଏବଂ ବୌଦ୍ଧଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବାବେଳେ ମୁସଲମାନ ଏବଂ ଖ୍ରୀଷ୍ଟିଆନଙ୍କ ସଂଖ୍ୟା ବୃଦ୍ଧି ପାଇଛି। କେନ୍ଦ୍ରୀୟ ପରିସଂଖ୍ୟାନ ବ୍ୟୁରୋ ସ୍ବାରା ପ୍ରକାଶିତ ଜନଗଣନା -୨୦୨୧ ରିପୋର୍ଟ ଅନୁଯାୟୀ ନେପାଳର ଅଧିକାଂଶ ହିନ୍ଦୁ ସମୁଦାୟ ଜନସଂଖ୍ୟାର ୮୧.୧୯ ପ୍ରତିଶତ। ଦେଶରେ ୨,୩୬,୭୭,୭୪ ହିନ୍ଦୁ ଅଛନ୍ତି। ୨୩,୯୪,୫୪୯ ଜନସଂଖ୍ୟା ସହିତ ସମୁଦାୟ ଜନସଂଖ୍ୟାର ୮.୨ ପ୍ରତିଶତ ହିସାବରେ ବୌଦ୍ଧମାନେ ଦ୍ୱିତୀୟ ସ୍ଥାନରେ ଅଛନ୍ତି । ଦେଶରେ ୧୪,୮୩,୦୬୦ ମୁସଲମାନ ଅଛନ୍ତି। ଯାହା ମୋଟ ଜନସଂଖ୍ୟାରେ ଅଂଶ ୫.୦୯ ପ୍ରତିଶତ ରହିଛି।

ରିପୋର୍ଟରେ ଦର୍ଶାଯାଇଛି ଗତ ଦଶନ୍ଧିରେ ହିନ୍ଦୁ ଜନସଂଖ୍ୟାରେ ୦.୧୧ ପ୍ରତିଶତ ଏବଂ ବୌଦ୍ଧଙ୍କ ଜନସଂଖ୍ୟାରେ ୦.୭୯ ପ୍ରତିଶତ ହ୍ରାସ ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ମୁସଲମାନ, କିରାଟ ଏବଂ ଖ୍ରୀଷ୍ଟିଆନଙ୍କ ଜନସଂଖ୍ୟା ଯଥାକ୍ରମେ ୦.୬୯, ୦.୧୭ ଏବଂ ୦.୩୬ ପ୍ରତିଶତ ବୃଦ୍ଧି ପାଇଛି।
ନେପାଳରେ ପ୍ରତି ୧୦ ବର୍ଷରେ ଜନଗଣନା ଅନୁଷ୍ଠିତ ହୁଏ, କିନ୍ତୁ କରୋନା ମହାମାରୀ କାରଣରୁ ଏହା ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri