Posted inଜାତୀୟ

ବଢୁଛି ଏଚ୍‌ଆଇଭି ଆକ୍ରାନ୍ତଙ୍କ ସଂଖ୍ୟା, ମହାରାଷ୍ଟ୍ର ଶୀର୍ଷରେ…

ନୂଆଦିଲ୍ଲୀ, ୧୮।୪ : ଦେଶରେ ଏଚ୍‌ଆଇଭି ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟାରେ ମହାରାଷ୍ଟ୍ର ଶୀର୍ଷରେ ରହିଛି। ଏହାପଛକୁ ଦ୍ୱିତୀୟ ସ୍ଥାନରେ ଉତ୍ତରପ୍ରଦେଶ ରହିଛି। ସେହିପରି ତୃତୀୟ ସ୍ଥାନରେ ବିହାର ରହିଛି। ବିହାରରେ ଏଡ୍‌ସ ଆକ୍ରାନ୍ତଙକ୍କ ସଂଖ୍ୟା ୮,୦୦୦ ରହିଛି। ୨୦୧୦ଠାରୁ ବାର୍ଷିକ ୨୭ ପ୍ରତିଶତ ହାରରେ ନୂଆ ସଂକ୍ରମଣ ସଂଖ୍ୟା କମୁଥିଲେ ମଧ୍ୟ ପ୍ରତିବର୍ଷ ଏଡ୍‌ସ ସମସ୍ୟା ଭୋଗୁଥିବା ଲୋକଙ୍କ ସଂଖ୍ୟା ବଢ଼ି ଚାଲିଛି।

ଏସମ୍ପର୍କରେ ୟୁନିସେଫ୍‌ ଡାକ୍ତର ସିଦ୍ଧାର୍ଥ ଶଙ୍କର ରେଡ୍ଡୀ ସୂଚନା ପ୍ରଦାନ କରିଛନ୍ତି। ଯୁବବର୍ଗଙ୍କ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ୨୦୧୭ରେ ନ୍ୟାଶନାଲ ଏଡ୍‌ସ କଣ୍ଟ୍ରୋଲ ଅର୍ଗାନାଇଜେଶନ( ନାକୋ) ଦ୍ୱାରା ହୋଇଥିବା ସର୍ଭେରୁ ଏହା ଜଣାପଡ଼ିଛି।

ଡ୍ରଗ୍ସ୍‌ ବ୍ୟବହାରକାରୀ ଏବଂ ସମଲିଙ୍ଗୀ ଯୌନ ସମ୍ପର୍କ ରଖୁଥିବା ଲୋକଙ୍କ କ୍ଷେତ୍ରରେ ଏଡ୍‌ସ ସଂକ୍ରମଣ ହାର ଅଧିକ ରହିଛି। ଅପରପକ୍ଷରେ ମହିଳା ଯୌନକର୍ମୀଙ୍କ କ୍ଷେତ୍ରରେ ଏହା ତୁଳାନାତ୍ମକ ଭାବେ କମ୍‌ ରହିଥିବା ଶ୍ରୀ ରେଡ୍ଡୀ କହିଛନ୍ତି।

ସରକାରଙ୍କ ପକ୍ଷରୁ ୨୦୩୦ ସୁଦ୍ଧା ସମ୍ପୂର୍ଣ୍ଣ ଏଡ୍‌ସ ମୁକ୍ତ ଭାରତ ଗଠନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ଦେଶରେ ପ୍ରତି ୧୦୦ ଜଣରେ ଏଚ୍‌ଆଇଭି ଆକ୍ରାନ୍ତଙ୍କ ସଂଖ୍ୟା ହାରାହାରି ୦.୨୨ ପ୍ରତିଶତ ରହିଛି। ସମସ୍ତ ସରକାରୀ ପ୍ରୟାସ ସତ୍ତ୍ୱେ ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ ଏଚ୍‌ଆଇଭି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri