୩ ଧାନମଣ୍ଡି ଉଦ୍‌ଘାଟିତ

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡଡୁମୁଳା ପ୍ରାଥମିକ ସେବା ସମବାୟ ସମିତି ପକ୍ଷରୁ ମଙ୍ଗଳବାର ଧାନ ମଣ୍ଡି ଉଦ୍‌ଘାଟିତ ହୋଇଛି। ସମବାୟ ସମ୍ପାଦକ ଶେଷକାନ୍ତ ଜାନିଙ୍କ ତତ୍ତ୍ୱାବଧାନରେ ହୋଇଥିବା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବଡଡୁମୁଳା ସରପଞ୍ଚ ଗୀତାଞ୍ଜଳି ଜାନି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମଣ୍ଡିକୁ ଉଦଘାଟନ କରିଥିଲେ। ସମିତିସଭ୍ୟ ରମେଶ ଚନ୍ଦ୍ର ପାଢ଼ୀ, ପୂର୍ବତନ ସରପଞ୍ଚ ଉପେନ୍ଦ୍ର ପ୍ରଧାନ, ନୋଡାଲ ଅଧିକାରୀ ଧନୁଜ କୁମାର, ସମବାୟ ସମିତି ସଭାପତି ଦାମୋଦର ଦଳାଇ, ପୂର୍ବତନ ସଭାପତି ରମେଶ ଚନ୍ଦ୍ର ଗୌଡ଼, ରଙ୍କ ନାୟକ, ପଞ୍ଚାନନ ବାଡ଼ତ୍ୟା, ନିତ୍ୟାନନ୍ଦ ପଣ୍ଡା, ନିରଞ୍ଜନ ରଣା, ବିଜୁଳି ଦଳାଇ, ସୁରେନ୍ଦ୍ର ରେଡ୍ଡୀ, ଲିଙ୍ଗରାଜ ଦାଶ, ପୂର୍ଣ୍ଣଚନ୍ଦ୍ର ଗୌଡ଼ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଚାଷୀ ସହଦେବ ସେଠୀ, ଭରତ ଜେନା, ଉଲା ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ପର୍ଶୁରାମ ପ୍ରଧାନଙ୍କ ସହ ଅନେକ ଚାଷୀ, ମିଲର ଗୌରାଙ୍ଗ ସାହୁ ଉପସ୍ଥିତ ଥିଲେ। ଡିଇଓ ଶିବାନନ୍ଦ ଜେନା ପରିଚାଳନା କରିଥିଲେ।
ସେହିପରି ବମକୋଇ ଓ ଗୌଡଗାଁ ସେବା ସମବାୟ ସମିତି କାର୍ଯ୍ୟାଳୟରେ ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ବମକୋଇ ପାକ୍ସରେ ପୂର୍ବତନ ବ୍ଲ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଧାନମଣ୍ଡି ଉଦ୍‌ଘାଟନ କରିଥିଲେ। ସରପଞ୍ଚ ତପନ ପ୍ରଧାନ, ଗଡ଼ ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ କେ. ହରିବନ୍ଧୁ ରେଡ୍ଡୀ, ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଆଦିକନ୍ଦ ସାହୁ, ରାଜସ୍ବ ନୀରିକ୍ଷକ ବିଘ୍ନେଶ୍ୱର ଆଚାର୍ଯ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଜାଗିଲି ସାହୁ, ଅଗ୍ରଣୀ ଚାଷୀ ପ୍ରତାପ ପ୍ରଧାନ, ମନ୍ମଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସମବାୟ ସମ୍ପାଦକ ଭାସ୍କର କବିଙ୍କ ସଂଯୋଜନାରେ ସମବାୟ ସମିତି ସଭାପତି ଭୀମସେନ ପ୍ରଧାନ, ମିଲର ଓ ଚାଷୀଙ୍କ ଉପସ୍ଥିତରେ ଚାଷୀଙ୍କ ଅମଳ ଧାନକୁ ମଣ୍ଡିରେ କିପରି କ୍ରୟ କରାଯିବ ସେ ନେଇ ଉପସ୍ଥିତ ଚାଷୀଙ୍କୁ ବୁଝାଇଥିଲେ।
ସେହିପରି ଗୌଡଗାଁ ସେବା ସମବାୟ ସମିତି ପକ୍ଷରୁ ସମବାୟ ସମ୍ପାଦକ ହିମାଂଶୁ ଶେଖର ସାହୁ ଓ ସମିତି ସଭାପତି ବିପିନ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଗୌଡଗାଁ ପୂର୍ବତନ ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଧାନମଣ୍ଡି ଉଦ୍‌ଘାଟନ କରିଥିଲେ। ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବରାଜ ଦଳାଇ, ଚାଷୀ ରଞ୍ଜିତ ପାଣିଗ୍ରାହୀ, ଗଣେଶ ସାହୁ, ଗୌରୀ ଶଙ୍କର ପାଣିଗ୍ରାହୀ, ଶ୍ରୀକାନ୍ତ ପଣ୍ଡା, ସୁରେନ୍ଦ୍ର ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri