୨୦୨୧ରେ ଭୋକିଲାଙ୍କ ସଂଖ୍ୟା ବଢ଼ିଯିବ: ଜାତିସଂଘ

ଜେନେଭା,୧୫।୧୧: ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଜାରି ରହିଛି। କେତେକ ସ୍ଥାନରେ ଖାଦ୍ୟର ଘୋର ସଙ୍କଟ ଦେଖାଦେଇଛି। ତେବେ ଆସନ୍ତା ବର୍ଷ ପୃଥିବୀରେ ଭୋକିଲାଙ୍କ ସଂଖ୍ୟା ପୁଣି ବଢ଼ିଯିବ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଏସମ୍ପର୍କରେ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ(ଡବ୍ଲ୍ୟୁଏଫ୍‌ପି)ର ମୁଖ୍ୟ ଡେଭିଡ୍‌ ବେସ୍ଲେ ସୂଚନା ଦେଇଛନ୍ତି। ପରିସ୍ଥିତିର ମୁକାବିଲା ପାଇଁ ଶହେ କୋଟି ଡଲାର ଅନୁଦାନ ଆବଶ୍ୟକ ବୋଲି ସେ କହିଛନ୍ତି। ୨୦୨୧ରେ ଲୋକଙ୍କୁ ଖାଦ୍ୟ ଯୋଗାଇବା କଷ୍ଟକର ହେବ। କେତେକ ଦେଶରେ ଗୃହ ଯୁଦ୍ଧ ଲାଗି ରହିଛି। ଏହାଯୋଗୁ ଦିନକୁ ଦିନ ଶରଣାର୍ଥୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପୂର୍ବରୁ ବେସ୍ଲେ ୨୦୨୦ରେ ଏପ୍ରିଲ୍‌ରେ କହିଥିଲେ ଯେ, ପୃଥିବୀ କରୋନା ମହାମାରୀ ସହିତ କ୍ଷୁଧା ସଙ୍କଟ ସହିତ ଲଢ଼େଇ ଜାରି ରଖିଛି। ଏଥିପାଇଁ ବହୁ ରାଷ୍ଟ୍ରନେତା ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଫଳରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି ହୋଇ ନ ଥିଲା। ମାତ୍ର ୨୦୨୧ରେ ଆର୍ଥିକ ସହାୟତାର ପରିମାଣ ବଢ଼ିବାର ଆକଳନ କରାଯାଇଥିଲେ ମଧ୍ୟ ସେ ତୁଳନାରେ ପାଣ୍ଠି ଯୋଗାଡ଼ ହୋଇ ପାରିବ ନାହିଁ। ତେଣୁ ସ୍ଥିତି ଅଧିକ ଖରାପ ହେବ ବୋଲି ସେ କହିଛନ୍ତି। ଫଳରେ ଲୋକେ ଦୁଇବେଳା ଖାଇବାକୁ ମଧ୍ୟ ପାଇବେ ନାହିଁ। କ୍ଷୁଧା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri