ନବୋଦୟ ବିଦ୍ୟାଳୟରେ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ସୁଦ୍ଧା ୫୪ ଆକ୍ରାନ୍ତ, ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ

ଖୋର୍ଦ୍ଧା , ୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଆଜି ସୁଦ୍ଧା ସଂଖ୍ୟା ୫୪ରେ ପହଞ୍ଚିଛି। ଆଗକୁ ଆହୁରି ବଢିବା ସମ୍ଭାବନା ରହିଛି। ପାଣି ଏବଂ ବାହାର ଖାଦ୍ୟରୁ ଜଣ୍ଡିସ ଆକ୍ରାନ୍ତ ବଢୁଛି ବୋଲି ସନ୍ଦେହ କରିଛି ସ୍ବାସ୍ଥ୍ୟ ବିଭାଗ। ଆଜି ସିଡିଏମଓ ଡା ସଞ୍ଜୟ ରାୟ, ଜନସ୍ବାସ୍ଥ୍ୟ ବିଭାଗ ଡା ରଞ୍ଜନ ମିତ୍ର ବିଦ୍ୟାଳୟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଅଧ୍ୟକ୍ଷାଙ୍କ ସହ ଆଲୋଚନା କରିଛନ୍ତି। ଏଥିସହିତ ରୋଷେଇ ଗୃହ ବୁଲି ଦେଖିବା ସହ ପିଲାଙ୍କୁ ଦିଆଯାଇଥିବା ଖାଦ୍ୟ, ଖାଦ୍ୟ ପ୍ରସ୍ତୁତି ଗୃହ, ଖାଦ୍ୟ ସାମଗ୍ରୀ ବୁଲି ଦେଖିଛନ୍ତି। ଏଠାରେ ସ୍ବଚ୍ଛତା, ପରିଷ୍କାର ପରିଚ୍ଛନ୍ନତା ରଖିବା, ହେଣ୍ଡ ଗ୍ଲୋବସ, ମାସ୍କ, ଆଫ୍ରୋନ ପରିଧାନ କରିବାକୁ ପରାମର୍ଶ ଦିଆଯାଇଛି ବୋଲି ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ରଞ୍ଜନ ମିତ୍ର ସୂଚନା ଦେଇଛନ୍ତି। ଅଭିଭାବକମାନେ କୌଣସି ଭୟଭିତ ହୁଅନ୍ତୁ ନାହିଁ। ଜିଲା ସ୍ବାସ୍ଥ୍ୟ ବିଭାଗର ଟିମ ଗତ ୩ଦିନ ଧରି ଶିକ୍ଷକ, ପିଲାଙ୍କ ରକ୍ତ ପରୀକ୍ଷା ସହ ପାଣି ନମୁନା ସଂଗହ କରି ପରିକ୍ଷଣ ପାଇଁ ପଠାଯାଇଛି। ସମ୍ପୂର୍ଣ୍ଣ ସ୍ଥିତି ଉପରେ ନଜର ରଖାଯାଇଛି କହିଛନ୍ତି ସିଡିଏମଓ। ଅନ୍ୟପଟେ ଅଧ୍ୟକ୍ଷାକହିଛନ୍ତି, କିଛି ଅଭିଭାବକ ଭୟଭିତ ହୋଇ ପିଲାଙ୍କୁ ଘରକୁ ନେଇ ଯାଇଛନ୍ତି। ସମସ୍ତ ପିଲାଙ୍କୁ ଫେରିବାକୁ ଅନୁରୋଧ କରାଯାଉଛି। ବିଦ୍ୟାଳୟ ପକ୍ଷରୁ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଉଛି ବୋଲି ସେ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri