ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା: ୨୪ ଘଣ୍ଟାରେ ୩,୮୭୪ ମୃତ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଛି। ମାତ୍ର ଏହା ୩ ଲକ୍ଷରୁ କମ୍‌ ରହିଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୭୦ରେ ପହଞ୍ଚିଛି। ବୁଧବାର ଏହା ୨ ଲକ୍ଷ ୬୭ ହଜାର ୩୩୪ ଥିଲା। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୮୭୪ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ କାଠର ଅଭାବ ଦେଖାଦେଇଛି। ସେହିପରି କବରସ୍ତାନରେ ସ୍ଥାନର ଅଭାବ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ୧୮ କୋଟି ୭୦ ଲକ୍ଷ ୯ ହଜାର ୭୯୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୨ କୋଟି ୨୩ ଲକ୍ଷ ୫୬ ହଜାର ୧୮୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?