କମୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ବଢୁଛି ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା କିନ୍ତୁ ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହିଛି। ଏହା ୩ ଲକ୍ଷରୁ କମ୍‌ ରହିଛି। ରବିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୦ ହଜାର ୮୪୨ ରହିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କମିଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୨ହଜାର ୩୧୫ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୪୫୪ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରବିବାର ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୩,୭୪୧ ଥିଲା। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଏବଂ କବରସ୍ତାନରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ ରହିଥିବାର ଦେଖିବାକୁ ମିଳୁଛି। ବର୍ତ୍ତମାନ ସୁଦ୍ଧା ୧୯ କୋଟି ୬୦ ଲକ୍ଷ ୫୧ ହଜାର ୯୬୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୩ କୋଟି ୫ ଲକ୍ଷ ୩୬ ହଜାର ୬୪ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri