ନୂଆ ଆକାନ୍ତଙ୍କ ସଂଖ୍ୟା ୨ ଲକ୍ଷରୁ କମ୍‌: ମୃତ୍ୟୁ ସଂଖ୍ୟା ଯୋଗୁ ସ୍ଥିତି ଅସମ୍ଭାଳ…

ନୂଆଦିଲ୍ଲୀ,୨୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା କିନ୍ତୁ ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହିଛି। ପ୍ରଥମ ଥର ପାଇଁ ମଙ୍ଗଳବାର ଏହା ୨ ଲକ୍ଷରୁ କମ୍‌ ରହିଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୬ ହଜାର ୪୨୭ରେ ପହଞ୍ଚିଛି। ଗତ ୪୨ ଦିନ ମଧ୍ୟରେ ଏହା ସବୁଠାରୁ କମ୍‌ ଦୈନିକ ସଂକ୍ରମଣ। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୫୧୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହାପୂର୍ବରୁ ଏପ୍ରିଲ୍‌ ୧୩ରେ ଦେଶରେ ୧ ଲକ୍ଷ ୮୫ ହଜାର ୩୦୬ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ତେବେ ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ ରହିଥିବାର ଦେଖିବାକୁ ମିଳୁଛି। ବର୍ତ୍ତମାନ ସୁଦ୍ଧା ୧୯ କୋଟି ୮୫ ଲକ୍ଷ ୩୮ ହଜାର ୯୯୯ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୩ କୋଟି ୨୫ ଲକ୍ଷ ୯୪ ହଜାର ୧୭୬ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?