ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ତଳମୁହାଁ: ହେଲେ ବି ଲିଭୁନି ଜୁଇ…

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଏହା ୩ ଲକ୍ଷରୁ କମ୍‌ ରହିଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୦ ହଜାର ୮୪୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୭୪୧ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ କାଠର ଅଭାବ ଦେଖାଦେଇଛି। ସେହିପରି କବରସ୍ତାନରେ ସ୍ଥାନର ଅଭାବ ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଲେ ମଧ୍ୟ ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ ରହିଥିବାର ଦେଖିବାକୁ ମିଳୁଛି। ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ଆଖିରୁ ଲୁହ ଶୁଖିବାର ନାଁ ଧରୁନି। ସେମାନଙ୍କର କୋହ ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୧୯ କୋଟି ୫୦ ଲକ୍ଷ ୪ ହଜାର ୧୮୪ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୨ କୋଟି ୮୬ ଲକ୍ଷ ୭ ହଜାର ୯୩୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!

ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri