୪୬ ଦିନରେ ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନ: ୨୪ ଘଣ୍ଟାରେ ୩,୪୬୦ ମୃତ…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୩ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଶନିବାର ଗତ ଦେଢ଼ ମାସରେ ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନରେ ପହଞ୍ଚିଥିଲା। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୭୯୦ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୩,୬୧୭ ଥିଲା। ଗତ ୪୬ ଦିନ ମଧ୍ୟରେ ରବିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି ଏବଂ ମୃତକଙ୍କ ସଂଖ୍ୟା ପୁଣି କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୫ ହଜାର ୫୫୩ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୪୬୦ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୭୬ ହଜାର ୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୨୧ ଲକ୍ଷ ୧୪ ହଜାର ୫୦୮ ଜଣ ଚିକିତ୍ସିତ ହେଉଛନ୍ତି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ ରହିଥିବାର ଦେଖିବାକୁ ମିଳୁଛି। ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ସ୍ଥିତିରେ ଆଶା ଜନକ ପରିବର୍ତ୍ତନ ହେଉ ନ ଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୨୧ କୋଟି ୨୦ ଲକ୍ଷ ୬୬ ହଜାର ୬୧୪ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୪ କୋଟି ୩୧ ଲକ୍ଷ ୮୩ ହଜାର ୭୪୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି, ତଲାସୀ ଜାରି

ଭୁବନେଶ୍ୱର,୬।୨: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି।…

‘ଥ୍ୟାଙ୍କ ୟୁ ପାକିସ୍ତାନ…’, ଭାରତ ସହ ଖେଳିବାକୁ ମନା କଲା ପାକ୍‌, ଖୁସିରେ ନାଚି ଉଠିଲା ବାଂଲାଦେଶ!

ନୂଆଦିଲ୍ଲୀ,୬।୨: ବାଂଲାଦେଶ ଏବଂ ପାକିସ୍ତାନ ଟି-୨୦ ବିଶ୍ୱକପରେ ଭାରତ ବିରୁଦ୍ଧରେ ଚୁପଚାପ ଏକତ୍ରିତ ହୋଇଥିଲେ। ଏହା ଏବେ ସାମ୍ନାକୁ ଆସିଛି। ବାଂଲାଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ…

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଶହ ଶହ କାଉଙ୍କ ମଡ଼କ, ବାର୍ଡ ଫ୍ଲୁ ଆତଙ୍କ

ଚେନ୍ନାଇ,୬।୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶହ ଶହ କାଉଙ୍କ ମୃତ୍ୟୁକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ପରୀକ୍ଷାଗାରରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଏହି ପକ୍ଷୀମାନଙ୍କ ମୃତ୍ୟୁ…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri