ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଏହାଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୩୦୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୭୯୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୮ ହଜାର ୮୩୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୮ ହଜାର ୪୧୬ ରହିଛି। ୫୫୨ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୩ ହଜାର ୫୩୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି। ଇତି ମଧ୍ୟରେ ୬୪ କୋଟି ୭୨ ଲକ୍ଷ ୫୨ ହଜାର ୮୫୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୨୬ ହଜାର ୬୪ ଜଣଙ୍କର ନମୁନା ପରୀକ୍ଷା ହୋଇଛି। ବର୍ତ୍ତମାନ ସୁଦ୍ଧା ୧୨୭ କୋଟି ୯୩ ଲକ୍ଷ ୯ ହଜାର ୬୬୯ ଜଣଙ୍କୁ ଟିକାଦାନ ସରିଛି।

ଗତ ୨୪ ଘଣ୍ଟାରେ ୨୪ ଲକ୍ଷ ୫୫ ହଜାର ୯୧୧ ଜଣଙ୍କୁ ଟିକାଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୬୯ ହଜାର ୬୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୬ ଲକ୍ଷ ୩୩ ହଜାର ୨୫୫ରେ ପହଞ୍ଚିଛି।

ତେବେ ଧିରେ ଧିରେ ଭିଡ଼ ବଢୁଥବାରୁ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି।
ଇତି ମଧ୍ୟରେ ଦେଶରେ କରେନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri