୨୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ସୋମବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର ୭୪ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୪୪ ହଜାର ୩୮୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୨ ହଜାର ୬୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ୧୫ ଲକ୍ଷ ୩୫ ହଜାର ୭୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୬ ଲକ୍ଷ ୩୪ ହଜାର ୯୪୫ ଜଣ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୯ ସୁଦ୍ଧା ଦେଶରେ ୨ କୋଟି ୪୫ ଲକ୍ଷ ୮୩ ହଜାର ୫୫୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ରବିବାର ଗୋଟିଏ ଦିନରେ ୪ ଲକ୍ଷ ୭୭ ହଜାର ୨୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବ ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।

Share